ଶନିବାର ଯାଏଁ ବର୍ଷା ସମ୍ଭାବନା

July 08, 2020, ଓଡ଼ିଶା, , Anupambharat News Bureau


ଶନିବାର ଯାଏଁ ବର୍ଷା ସମ୍ଭାବନା
Anupambharat News Bureau
July 08, 2020

ଭୁବନେଶ୍ୱର, ୮ା୭(ଅନୁପମ ମିଡ଼ିଆ): ଆସନ୍ତା ଶନିବାର ଅପରାହ୍ନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଜାରୀ କରାଯାଇଛି ।
କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଗୁରୁବାର ଅପରାହ୍ନ ସୁଦ୍ଧା ଉତ୍ତର ଓଡ଼ିଶା ସମେତ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, କାନ୍ଧମାଳ ଏବଂ ଓଡିଶାର ଅବଶିଷ୍ଟ ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସେହିପରି ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରା ଯାଇଛି । ସେହିପରି ଶୁକ୍ରବାର ଅପରାହ୍ନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପ୍ରକାଶ କରା ଯାଇଛି ।
ଏହି ଅବଧି ମଧ୍ୟରେ ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢଙ୍କୋନାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗଞ୍ଜାମ ଜିଲ୍ଲାକୁ ଟ୍ରେନ ସେବା ବାତିଲ, ଆଜିଠୁ ପାଞ୍ଚ ଦିନିଆ ସଟ୍‌ଡାଉନ

ଗଞ୍ଜାମ ଜିଲ୍ଲାକୁ ଟ୍ରେନ ସେବା ବାତିଲ, ଆଜିଠୁ ପାଞ୍ଚ ଦିନିଆ ସଟ୍‌ଡାଉନ

Read More...

ସେଲ୍‌ଫି ନେବା ବେଳେ ନଦୀକୁ ଖସିପଡିଲେ ମା’ଝିଅ

ସେଲ୍‌ଫି ନେବା ବେଳେ ନଦୀକୁ ଖସିପଡିଲେ ମା’ଝିଅ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page