ଆଇଜିଏଚ୍‌ରେ ଖୋଲିବ ପ୍ଲାଜମା ବ୍ୟାଙ୍କ୍‌

July 22, 2020, ଓଡ଼ିଶା, , Anupambharat News Bureau


ଆଇଜିଏଚ୍‌ରେ ଖୋଲିବ ପ୍ଲାଜମା ବ୍ୟାଙ୍କ୍‌
Anupambharat News Bureau
July 22, 2020

ଭୁବନେଶ୍ୱର, ୨୨ା୭(ଅନୁପମ ମିଡ଼ିଆ): ରାଉରକେଲାର ଆଇଜିଏଚ୍‌ରେ ଖୋଲିବ ପ୍ଲାଜମା ବ୍ୟାଙ୍କ୍‌ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ଘୋଷଣା କରିଛନ୍ତି । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସିତ ଗୁରୁତର ରୋଗୀଙ୍କୁ ରାଉରକେଲାର ଆଇଜିଏଚ୍‌ ହସ୍‌ପିଟାଲରୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ । ଏଥିସହିତ ରାଉରକେଲାର କୋଭିଡ କେୟାର ସେଣ୍ଟର ଗୁଡିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର କୋଭିଡ ପରିଚାଳନା ବ୍ୟବସ୍ଥା ସମୀକ୍ଷା କରି କୋଭିଡ ଯୁଦ୍ଧ ରଣନୀତିକୁ ସୁଦୃଢ଼ କରିବା ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଏହି ଅବସରରେ ସୁନ୍ଦରଗଡ ଜିଲ୍ଲାରେ କୋଭିଡ ଯୋଦ୍ଧା ମାନଙ୍କର ନିରନ୍ତର ଉଦ୍ୟମ ଓ ସେବା ପାଇଁ ଜିଲ୍ଲାରେ ଆରୋଗ୍ୟ ହାର ୮୫ ପ୍ରତିଶତରେ ପହଞ୍ଚିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ । ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ବର୍ତ୍ତମାନ ସୁଦ୍ଧା ଡିଏମଏଫ୍‌ରୁ ସୁନ୍ଦରଗଡରେ ୨୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ କୋଭିଡ ହସ୍‌ପିଟାଲ ଓ କୋଭିଡ କେୟାର ସେଣ୍ଟର ଗୁଡିକର ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡରୁ ୫ କୋଟି ଟଙ୍କା ମଞ୍ଜୁର କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଉରକେଲାର ବସ୍ତି ଅଞ୍ଚଳ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳ ଉପରେ ଅଧିକ ଫୋକସ୍‌ କରିବା ସହିତ ଘରକୁ ଘର ବୁଲି ପର୍ଯ୍ୟବେକ୍ଷଣ ଓ କଣ୍ଟେଟମେଣ୍ଟଜୋନ୍‌ରେ ଟେଷ୍ଟିଂ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଜିଲ୍ଲାରେ କୋଭିଡ କେୟାର ହୋମ୍‌ ଓ କୋଭିଡ କେୟାର ସେଣ୍ଟର ପାଇଁ ଜିଲ୍ଲା ପ୍ରଶାସନକୁ ସହଯୋଗର ହାତ ବଢାଇଥିବାରୁ ମୁଖ୍ୟମନ୍ତ୍ରୀ ରାଉରକେଲା ଷ୍ଟିଲ ପ୍ଲାଣ୍ଟ, ଏନଟିପିସି, ଏମସିଏଲ୍‌ ଓ ଓସିଏଲ୍‌କୁ ଧନ୍ୟବାଦ ଜଣାଇଥିଲେ । ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ଯାଜପୁର ଜିଲ୍ଲା ପ୍ରଶାସନ ଡିଏମଏଫ୍‌ ରୁ କୋଭିଡ ପରିଚାଳନା ପାଇଁ ୧୩.୫ କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜିଲ୍ଲାପାଇଁ ୫ କୋଟି ଟଙ୍କା ମଞ୍ଜୁର କରିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଯାଜପୁର ଜିଲ୍ଲାକୁ ଗତ କିଛି ଦିନ ମଧ୍ୟରେ ୨୬ ହଜାରରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିଥିବାରୁ ଏବଂ ଆରୋଗ୍ୟ ହାରକୁ ୮୬.୫ ପ୍ରତିଶତରେ ପହଂଚାଇ ପାରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ । ଯାଜପୁର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ମନ୍ତ୍ରୀ ସମୀର ଦାଶ ଏବଂ ସୁନ୍ଦରଗଡ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ସାରଦା ନାୟକ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସମ୍ପର୍କରେ ମତାମତ ଦେଇଥିଲେ ।
ସୁନ୍ଦରଗଡ ଓ ଯାଜପୁରର ଜିଲ୍ଲାପାଳ ଏବଂ ରାଉରକେଲାର ମୁ୍ୟନିସ୍‌ପାଲ କମିଶନର ସେମାନଙ୍କ ଅଞ୍ଚଳରେ କୋଭିଡ ପରିଚାଳନା ବିଷୟରେ ଉପସ୍ଥାପନା କରିଥିଲେ ଏବଂ ପରିସ୍ଥିତିରେ ଉନ୍ନତି ଆସୁଥିବା ବିଷୟ ସୂଚନା ଦେଇଥିଲେ । ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିଲୁଙ୍ଗ ଏଣିକି ‘ରଙ୍ଗବତୀ ବିଲୁଙ୍ଗ’

ବିଲୁଙ୍ଗ ଏଣିକି ‘ରଙ୍ଗବତୀ ବିଲୁଙ୍ଗ’

Read More...

କମିବ ସିଲାବସ୍‌

କମିବ ସିଲାବସ୍‌

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page