ବୁର୍ଲା ଓ ବ୍ରହ୍ମପୁରରେ ପ୍ଲାଜମା ବ୍ୟାଙ୍କ୍‌ ଉଦ୍‌ଘାଟିତ: ସବୁ ଅଞ୍ଚଳରେ ପ୍ଲାଜମା ଦାନ ଓ ଚିକିତ୍ସା ସୁବିଧା ହେବ:ମୁଖ୍ୟମନ୍ତ୍ରୀ

August 05, 2020, ଓଡ଼ିଶା, , Anupambharat News Bureau


ବୁର୍ଲା ଓ ବ୍ରହ୍ମପୁରରେ ପ୍ଲାଜମା ବ୍ୟାଙ୍କ୍‌ ଉଦ୍‌ଘାଟିତ: ସବୁ ଅଞ୍ଚଳରେ ପ୍ଲାଜମା ଦାନ ଓ ଚିକିତ୍ସା ସୁବିଧା ହେବ:ମୁଖ୍ୟମନ୍ତ୍ରୀ
Anupambharat News Bureau
August 05, 2020

ଭୁବନେଶ୍ୱର, ୫ ।୮(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବ୍ରହ୍ମପୁରର ଏମକେସିଜି ମେଡିକାଲ କଲେଜ ଓ ବୁର୍ଲାର ଭିମ୍‌ସାରରେ ରାଜ୍ୟର ଚତୁର୍ଥ ଓ ପଞ୍ଚମ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହାଦ୍ୱାରା ରାଜ୍ୟର ସମସ୍ତ ଅଞ୍ଚଳରେ ପ୍ଲାଜମା ଦାନ ଓ ଚିକିତ୍ସା ସୁବିଧାରେ ହୋଇପାରିବ । କୋଭିଡ ଯୁଦ୍ଧର ମୁଖ୍ୟ ମିଶନ ହେଉଛି ଲୋକଙ୍କ ଜୀବନର ସୁରକ୍ଷା । ଏ କ୍ଷେତ୍ରରେ ପ୍ଲାଜମା ଥେରାପି ବହୁତ ପରିମାଣରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।
ପ୍ଲାଜମା କେନ୍ଦ୍ରକୁ ସ୍ଥାପନ କରିବାରେ ଯେଉଁ ମେଡିକାଲ ଟିମ୍‌ ଗୁଡିକ କଠିନ ପରିଶ୍ରମ କରିଛନ୍ତି ସେମାନଙ୍କ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ । ରାଜ୍ୟରେ ପ୍ଲାଜମା ଥେରାପି ଉତ୍ସାହଜନକ ଫଳାଫଳ ପ୍ରଦର୍ଶନ କରୁଛି ଏବଂ ବର୍ତ୍ତମାନ ସୁଦ୍ଧା ୬୦ ଜଣ କୋଭିଡ ରୋଗୀଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା ସେବା ଦିଆଯାଇଛି ଏବଂ ୪୮ ଜଣ ରୋଗୀଙ୍କ ଅବସ୍ଥାରେ ଦ୍ରୁତ ଉନ୍ନତି ଆସିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ଯୋଗ୍ୟ କୋଭିଡମୁକ୍ତ ବ୍ୟକ୍ତିମାନଙ୍କୁ ପ୍ଲାଜମା ଦାନ କରିବାକୁ ଆଗେଇ ଆସିବା ପାଇଁ ପୁଣିଥରେ ନିବେଦନ କରିଥିଲେ ।ବ୍ରହ୍ମପୁରର ଏମକେସିଜିରେ ଉପସ୍ଥିତ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ଯେ ଏହି ପ୍ଲାଜମା ବ୍ୟାଙ୍କ ଦ୍ୱାରା ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ଏଣିକି ଆହୁରି ସୁବିଧାଜନକ ହେବ । ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୪୦୦ ଜଣ ପ୍ଲାଜମା ଦାନ ପାଇଁ ଆଗେଇ ଆସିଛନ୍ତି ବୋଲି ସେ ସୂଚନା ଦେଇଥିଲେ । ବୁର୍ଲାର ଭିମସାରଠାରେ ଉପସ୍ଥିତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଥିଲେ ଯେ ପ୍ଲାଜମା ବ୍ୟାଙ୍କ ପାଇଁ ଆଜି ପଶ୍ଚିମ ଓଡିଶାର ଲୋକମାନଙ୍କ ମଧ୍ୟରେ ଆଶା ସୃଷ୍ଟି କରିଛି । କୋଭିଡ ରୋଗରେ ଲୋକଙ୍କ ଚିକିତ୍ସା ଓ ଅନ୍ୟାନ୍ୟ ସେବା ଯୋଗାଉଥିବା ଲୋକମାନଙ୍କୁ ଭଗବାନ ଆଶୀର୍ବାଦ କରିବେ ଏବଂ କରୋନା ଯୁଦ୍ଧରେ ଚାଲିଥିବା ଲଢେଇ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ନିଶ୍ଚୟ ସଫଳ ହେବ ବୋଲି ସେ କହିଥିଲେ ।
ଏହି ଅବସରରେ ବ୍ରହ୍ମପୁରର ଏମକେସିଜିର ପ୍ରଥମ ପ୍ଲାଜମାଦାତା ଡଃ ଶୁଭ୍ରାଂଶୁ ମୋହନ ସାହୁ ଏବଂ ବୁର୍ଲା ଭିମସାରର ପ୍ରଥମ ପ୍ଲାଜମାଦାତା ରବୀନ୍ଦ୍ର ସାହୁ ସେମାନଙ୍କର ଅନୁଭୂତି ବର୍ଣ୍ଣନା କରିବା ସହିତ ଅନ୍ୟ କୋଭିଡମୁକ୍ତ ବ୍ୟକ୍ତିମାନଙ୍କୁ ପ୍ଲାଜମା ଦାନ କରିବା ପାଇଁ ନିବେଦନ କରିଥିଲେ । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମହାପାତ୍ର ପ୍ରାରମ୍ଭିକ ସୂଚନା ଦେଇଥିଲେ ଓ ଭିମସାର୍‌ର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି), ଇଲେକେଫ୍ରାନିକ ଓ ଆଇଟି ବିଭାଗ ସଚିବ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ ପୂର୍ବରୁ କଟକର ଏସସିବି, ଭୁବନେଶ୍ୱରର କ୍ୟାପିଟାଲ ହସ୍‌ପିଟାଲ ଓ ରାଉରକେଲାର ଆଇଜିଏଚ୍‌ଠାରେ ତିନୋଟି ପ୍ଲାଜମା ବ୍ୟାଙ୍କ କାର୍ଯ୍ୟକ୍ଷମ ହୋଇପାରିଛି ।






Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଭୂମିପୂଜନ

ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଭୂମିପୂଜନ

Read More...

ମୁଁ ଶପଥ କରୁଛି... ମୁଁ ଜିତିବି, ମୋ ଓଡ଼ିଶା ଜିତିବ

ମୁଁ ଶପଥ କରୁଛି... ମୁଁ ଜିତିବି, ମୋ ଓଡ଼ିଶା ଜିତିବ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page