୧୧ ଜିଲ୍ଲାରେ ପ୍ରବଳ ବର୍ଷିବ

August 09, 2020, ଓଡ଼ିଶା, , Anupambharat News Bureau


୧୧ ଜିଲ୍ଲାରେ ପ୍ରବଳ ବର୍ଷିବ
Anupambharat News Bureau
August 09, 2020

ଭୁୁବନେଶ୍ୱର,୯ା୮(ଅନୁପମ ମିଡ଼ିଆ): ­ଉତ୍ତର -ପଶ୍ଚିମ ତଥା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ବର୍ଷା ସମ୍ଭାବନା ଥିବା ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଅର୍ଥାତ୍‌ ୧୧୫.୬ ମିମିରୁ ୨୦୪.୪ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଅନୁଗୁଳ , ବଲାଙ୍ଗୀର, ବରଗଡ, ନୂଆପଡା, ରାୟଗଡା ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ଅର୍ଥାତ୍‌ ୬୪.୫ ମିମିରୁ ୧୧୫.୬ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ସମୟରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନଯିବାକୁ ସତର୍କ ସୂଚନା ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପହାର

ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପହାର

Read More...

ରାଜ୍ୟରେ କରୋନା ଆକ୍ରାନ୍ତ ୪୫ ହଜାର ଟପିଲା,  ସୁସ୍ଥ ସଂଖ୍ୟା ୩୧,୭୮୪କୁ ବୃଦ୍ଧି

ରାଜ୍ୟରେ କରୋନା ଆକ୍ରାନ୍ତ ୪୫ ହଜାର ଟପିଲା, ସୁସ୍ଥ ସଂଖ୍ୟା ୩୧,୭୮୪କୁ ବୃଦ୍ଧି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page