ଗଞ୍ଜାମ ଜିଲ୍ଳାରେ କୋଭିଡ଼ ପରିଚାଳନା : ସରପଞ୍ଚଙ୍କ ପାଇଁ ମୁଁ ଗର୍ବିତ, ଲଢେଇ ଜାରି ରଖ

August 10, 2020, ଓଡ଼ିଶା, , Anupambharat News Bureau


ଗଞ୍ଜାମ ଜିଲ୍ଳାରେ କୋଭିଡ଼ ପରିଚାଳନା :  ସରପଞ୍ଚଙ୍କ ପାଇଁ ମୁଁ ଗର୍ବିତ, ଲଢେଇ ଜାରି ରଖ
Anupambharat News Bureau
August 10, 2020

ଭୁବନେଶ୍ୱର, ୧୦ା୮(ଅନୁପମ ମିଡ଼ିଆ): ସରପଞ୍ଚଙ୍କ ନିଷ୍ଠା ଓ ପରିଶ୍ରମ ଯୋଗୁ ପଜିଟିଭ୍‌ କେସ୍‌ କମୁଛି, ଆରୋଗ୍ୟ ହାର ବଢୁଛି, ମୃତୁ୍ୟହାର କମୁଛି k ଆଗାମୀ ଦିନରେ ସରପଞ୍ଚଙ୍କର ଭଲ କାମ କୋଭିଡ୍‌ ପରିଚାଳନାରେ ସାରା ଦେଶକୁ ବାଟ ଦେଖାଇବ । ସରପଞ୍ଚଙ୍କର ଏହି ଭଲ କାମ ପାଇଁ ସେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ବର୍ତ୍ତମାନ ପରିସ୍ଥିତିରେ ଯେଉଁ ଉନ୍ନତି ଆସିଛି ସେଥିରେ ସ;ୁଷ୍ଟ ନହୋଇ କରୋନାକୁ ସମ୍ପୂର୍ଣ୍ଣ ନିପାତ ପର୍ଯ୍ୟନ୍ତ ଲଢେଇ ଜାରି ରଖିବାକୁ ଆହ୍ୱାନ ଦେଇଛନ୍ତି । ଏହାସହ ସରପଞ୍ଚଙ୍କୁ ସବୁ ପ୍ରକାର ସହଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସି ଜରିଆରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ପଞ୍ଚାୟତର ସରପଞ୍ଚଙ୍କ ସହିତ କୋଭିଡ୍‌ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ । ଗଞ୍ଜାମ ଜିଲ୍ଲାରେ କୋଭିଡ୍‌ ସଂକ୍ରମଣର ନିୟନ୍ତ୍ରଣ ପାଇଁ ଜିଲ୍ଲାର ସରପଞ୍ଚମାନେ ଯେଭଳି ଦକ୍ଷ ନେତୃତ୍ୱର ପରିଚୟ ଦେଇ ପରିସ୍ଥିତିରେ ଉନ୍ନତି ଆଣିପାରିଛନ୍ତି, ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସରପଞ୍ଚମାନେ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପରିସ୍ଥିତିକୁ ଦେଖି ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ପରି କଡା ପଦକ୍ଷେପ ନେବା ସହିତ କୋଭିଡ୍‌ କେୟାର ହୋମ, କୋଭିଡ୍‌ ମ୍ୟାନେଜମେଣ୍ଟ ସେଣ୍ଟର, ଟେଷ୍ଟିଂ, ସର୍ଭେ ଆଦି ସବୁଥିରେ ସହଯୋଗ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ବିରୁଦ୍ଧରେ ଚାଲିଥିବା ଲଢେଇରେ ଗଞ୍ଜାମ ଜିଲ୍ଲା ଆଗରେ ଅଛି । ଓଡିଶା ଫେରିଥିବା ଲକ୍ଷ ଲକ୍ଷ ଭାଇ ଭଉଣୀଙ୍କ ପାଇଁ ଠିକ୍‌ ସମୟରେ ଟେମ୍ପରାରି ମେଡିକାଲ କ୍ୟାମ୍ପ କରିବା, ସେଗୁଡିକୁ ଠିକ୍‌ ଭାବରେ ପରିଚାଳନା କରିବା ଓ ଲୋକଙ୍କୁ ସେବା ଯୋଗାଇବା ସରପଞ୍ଚଙ୍କ ଉଦ୍ୟମ ଓ ସହଯୋଗ ଯୋଗୁ ସମ୍ଭବ ହୋଇପାରିଛି । ସରପଞ୍ଚମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ଗଭୀର ବିଶ୍ୱାସ ପ୍ରକଟ କରିବା ସହ ସେମାନଙ୍କୁ ଦିଆଯାଇଥିବା ଜିଲ୍ଲାପାଳ କ୍ଷମତା କରୋନା ନିୟନ୍ତ୍ରଣରେ ସଫଳ ଉପଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ଆଲୋଚନାରେ ଭାଗ ନେଇ ଓଡିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଥିଲେ ଯେ ସରକାରଙ୍କର ସଠିକ୍‌ କୋଭିଡ୍‌ ପରିଚାଳନା ଯୋଗୁ ଗଞ୍ଜାମର ପରିସ୍ଥିତିରେ ଉନ୍ନତି ଆସିଛି ଏବଂ ଖୁବ୍‌ ଶିଘ୍ର କରୋନା ଦୂର ହେବ ବୋଲି ଆଶା ବ୍ୟକ୍ତ କରିଥିଲେ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ସରପଞ୍ଚଙ୍କୁ ଜିଲ୍ଲାପାଳ କ୍ଷମତା ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଯେଉଁ ଆସ୍ଥା ଓ ବିଶ୍ୱାସ ପ୍ରକଟ କରିଥିଲେ ତାହା ଆଜି ସୁଫଳ ଦେଇଛି । ଏହା ସରପଞ୍ଚଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କ ମନୋବଳ ବୃଦ୍ଧି କରିଛି ବୋଲି ସେ କହିଥିଲେ । ଏହି ଅବସରରେ ସାନଖେମୁଣ୍ଡି, ହିଞ୍ଜିଳି ଓ ଭଞ୍ଜନଗର ବ୍ଲକ ଅଞ୍ଚଳର ସରପଞ୍ଚମାନେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଭରସା ଓ ପ୍ରଶାସନର ସହଯୋଗ ପାଇଁ କୃତଜ୍ଞତା ଜଣାଇଥିଲେ । ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍‌ କମିଶନର ଏବଂ ବରିଷ୍ଠ ଅଧିକାରୀମାନେ ଓ ଗଞ୍ଜାମ ଜିଲ୍ଲାପାଳ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପ୍ରଣବ ମୁଖାର୍ଜୀଙ୍କୁ କରୋନା

ପ୍ରଣବ ମୁଖାର୍ଜୀଙ୍କୁ କରୋନା

Read More...

ଦିନକରେ ସର୍ବାଧିକ ୧୪ ମୁଣ୍ଡ ନେଲା, ରାଜ୍ୟରେ କରୋନା ମୃତୁ୍ୟ ୨୮୬ ଛୁଇଁଲା

ଦିନକରେ ସର୍ବାଧିକ ୧୪ ମୁଣ୍ଡ ନେଲା, ରାଜ୍ୟରେ କରୋନା ମୃତୁ୍ୟ ୨୮୬ ଛୁଇଁଲା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page