ଆଠ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

August 22, 2020, ଓଡ଼ିଶା, , Anupambharat News Bureau


ଆଠ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
August 22, 2020

ଭୁବନେଶ୍ୱର, ୨୨ା୮(ଅନୁପମ ମିଡ଼ିଆ):ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତାକାଲି ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଜଗତସିଂହପୁର, କେନ୍ଦୁଝର ଏବଂ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଆଠଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟ ସରକାର ସାଜିଛନ୍ତି ପ୍ରପଟି ଡିଲର: ସମ୍ବିତ

ରାଜ୍ୟ ସରକାର ସାଜିଛନ୍ତି ପ୍ରପଟି ଡିଲର: ସମ୍ବିତ

Read More...

କିଆ ସୋନେଟ୍‌ ପ୍ରଥମଦିନର ବୁକିଂ ୬,୫୨୩

କିଆ ସୋନେଟ୍‌ ପ୍ରଥମଦିନର ବୁକିଂ ୬,୫୨୩

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page