କୋଭିଡ଼ -୧୯ ସହାୟତାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ଗରିବ, ଅତି ଗରିବଙ୍କୁ ସ୍ୱତନ୍ତ୍ର ପ୍ୟାକେଜ

August 25, 2020, ଓଡ଼ିଶା, , Anupambharat News Bureau


କୋଭିଡ଼ -୧୯ ସହାୟତାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ଗରିବ, ଅତି ଗରିବଙ୍କୁ ସ୍ୱତନ୍ତ୍ର ପ୍ୟାକେଜ
Anupambharat News Bureau
August 25, 2020

ଭୁବନେଶ୍ୱର, ୨୫ା୮(ଅନୁପମ ମିଡ଼ିଆ): କରୋନା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମାଞ୍ଚଳ ଜୀବନ ଜୀବିକାର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ-୧୯ ସହାୟତା ପ୍ୟାକେଜକୁ ଅନୁମୋଦନ କରିଛନ୍ତି । ଏହା ମଧ୍ୟରେ ଚାରୋଟି ସ୍ୱତନ୍ତ୍ର ଆର୍ଥିକ ପ୍ୟାକେଜ ରହିଛି । ଏହା ଦ୍ୱାରା ଗ୍ରାମୀଣ ଅଣୁ ଏବଂ କ୍ଷୁଦ୍ର ଉଦ୍ୟୋଗ କୁଶଳୀ ଓ ଅର୍ଦ୍ଧକୁଶଳୀ ପ୍ରବାସୀ ଫେରନ୍ତା, କୃଷି ଏବଂ ଅଣ କୃଷିକ୍ଷେତ୍ରରେ କାର୍ଯ୍ୟ କରୁଥିବା ଉତ୍ପାଦକ ତଥା ଉଦ୍ୟୋଗଗୋଷ୍ଠୀମାନେ ଏହା ଦ୍ୱାରା ଉପକୃତ ହୋଇପାରିବେ ।
ପ୍ୟାକେଜ-୧ ରେ ଗ୍ରାମୀଣ ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ପ୍ରତ୍ୟେକ ଉଦ୍ୟୋଗୀଙ୍କୁ ୫୦,୦୦୦ଟଙ୍କା ପର୍ଯ୍ୟନ୍ତ ଏକକାଳୀନ ଋଣ ପ୍ରଦାନ କରାଯିବ । ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟା କିମ୍ବା ସ୍ୱୟଂ ସହାୟକ ଗୋଷ୍ଠୀର ସଭ୍ୟାଙ୍କ ପରିବାରର ସଦସ୍ୟ କୃଷି ଏବଂ ଅଣ କୃଷି ଉଦ୍ୟୋଗର ବିକାଶ ନିମନ୍ତେ ଏହି ଋଣ ନେଇ ପାରିବେ ।
ସେହିପରି ଦ୍ୱିତୀୟ ପ୍ୟାକେଜରେ କୃଷି ଏବଂ ଅଣ କୃଷିକ୍ଷେତ୍ରରେ ନିୟୋଜିତ ଥିବା ବ୍ୟକ୍ତିଙ୍କୁ ନେଇ ଗଠିତ ଉଦ୍ୟୋଗ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀଙ୍କୁ ଏକକାଳୀନ ୧,୫୦,୦୦୦ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ୬ମାସରୁ ଊର୍ଦ୍ଧ୍ୱ ଉଦ୍ୟୋଗ ଗୋଷ୍ଠୀ ଏବଂ ଏକ ବର୍ଷରୁ ଊର୍ଦ୍ଧ୍ୱ ଉତ୍ପାଦକ ଗୋଷ୍ଠୀ ଏହି ଋଣ ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ । ପ୍ୟାକେଜ-୩ ରେ ଅତିଗରିବ କିମ୍ବା ଅସହାୟ ପରିବାର ଯଥା ଦିବ୍ୟାଙ୍ଗ, ଆଦିମ ଜନଜାତି, ବିଧବା, ତୃତୀୟଲିଙ୍ଗୀ, ନିରାଶ୍ରୟ, ମହିଳା ମୁଖ୍ୟ ଥିବା ପରିବାର ଇଦ୍ୟାଦିଙ୍କ ଦ୍ୱାରା ପରିଚାଳିତ ଉଦ୍ୟୋଗ ତଥା ଜୀବିକାର ଉନ୍ନତି ନିମନ୍ତେ ୨୦,୦୦୦ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ । ଅନ୍ତିମ ତଥା ପ୍ୟାକେଜ-୪ରେ କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟକୁ ଫେରିଥିବା କୁଶଳୀ ଓ ଅର୍ଦ୍ଧକୁଶଳୀ ପ୍ରବାସୀ ଶ୍ରମିକଙ୍କ ଦ୍ୱାରା ଉଭୟ ପୁରୁଣା ଉଦ୍ୟୋଗର ବିକାଶ ତଥା ନୂତନ ଉଦ୍ୟୋଗର ଆରମ୍ଭ ନିମନ୍ତେ ୧ଲକ୍ଷଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରାଯିବ ।
ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରତ୍ୟେକ୍ଷ ତତ୍ୱାବଧାନରେ ଗୋଷ୍ଠୀ ଭିତ୍ତିକ ସଂସ୍ଥା ଯଥା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ଆଞ୍ଚଳିକ ମଞ୍ଚ ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ ଉଦ୍ୟୋଗ ତଥା ଉତ୍ପାଦକ ଗୋଷ୍ଠୀ ଏହି ପ୍ୟାକେଜକୁ କାର୍ଯ୍ୟକାରୀ କରିବା ନିମନ୍ତେ ସହାୟତା ପ୍ରଦାନ କରିବେ । ଏହି ସ୍ୱତନ୍ତ୍ର ପ୍ୟାକେଜ ଘୋଷଣାର ୬ମାସ ପର୍ଯ୍ୟନ୍ତ ବୈଧ ରହିବ । ଏହି ବାବଦରେ ଆଞ୍ଚଳିକ ମଞ୍ଚ, ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ପାଖରେ ମହଜୁଦ ଥିବା ବଳକା ଅର୍ଥ ରାଶି ଆନୁମାନିକ ୨୦୦କୋଟି ଟଙ୍କା ଖର୍ଚ୍ଚ କରାଯିବାର ଲକ୍ଷ୍ୟ ରଖାଯାଇଛି ।ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ଓ ଅତିଗରିବ ପରିବାରମାନଙ୍କ ଜୀବିକା ବିକାଶ ପାଇଁ ରାଜ୍ୟ ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ଇତ୍ୟାଦି ଏହି ଦିଗରେ କାର୍ଯ୍ୟ କରିବେ । କରୋନା ମହାମାରୀ ଯୋଗୁଁ ଏହାର ପ୍ରଭାବ ଗ୍ରାମାଞ୍ଚଳ ଅର୍ଥନୀତିରେ ଅଧିକ ପଡିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆର୍ଥିକ ପ୍ୟାକେଜ ଅନୁମୋଦନ କରିଥିବା କୁହାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଲୋ-ପ୍ରେସରର ରୂପ ନେଲା ଲଘୁଚାପ:  ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟ ତମାମ ବର୍ଷିବ

ଲୋ-ପ୍ରେସରର ରୂପ ନେଲା ଲଘୁଚାପ: ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟ ତମାମ ବର୍ଷିବ

Read More...

ମାଗଣାରେ ମିଳିବ ଭାକ୍‌ସିନ

ମାଗଣାରେ ମିଳିବ ଭାକ୍‌ସିନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page