ଲୋ-ପ୍ରେସରର ରୂପ ନେଲା ଲଘୁଚାପ: ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟ ତମାମ ବର୍ଷିବ

August 25, 2020, ଓଡ଼ିଶା, , Anupambharat News Bureau


ଲୋ-ପ୍ରେସରର ରୂପ ନେଲା ଲଘୁଚାପ:  ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟ ତମାମ ବର୍ଷିବ
Anupambharat News Bureau
August 25, 2020

ଭୁବନେଶ୍ୱର, ୨୫ା୮(ଅନୁପମ ମିଡ଼ିଆ): ବଙ୍ଗୋପସାଗରର ଉତ୍ତର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଏକ େୱଲମାର୍କ ଲୋ-ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ପ୍ରାୟ ସାରା ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଝାରସୁଗୁଡା, ବରଗଡ, ନୟାଗଡ଼, ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୭ ତାରିଖ ସନ୍ଧ୍ୟା ସୁଦ୍ଧା ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡା, ସୁନ୍ଦରଗଡ, ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏଡି ସମସ୍ତ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନବରଙ୍ଗପୁର, ଅନୁଗୁଳ, ନୂଆପଡା, ଢଙ୍କୋନାଳ, ମୟୂରଭଞ୍ଜ, କନ୍ଧମାଳ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାଲେଶ୍ୱର, ମାଲକାନଗିରି, କୋରାପୁଟ, କଟକ ଏବଂ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ସମ୍ଭାବ୍ୟ ବାତ୍ୟା ଏବଂ ପାହାଡିଆ ଅଞ୍ଚଳରେ ଲ୍ୟାଣ୍ଡ ସ୍ଲାଇଡିଂ ସମ୍ଭାବନା ଥିବାରୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମହାକାଶ ଗବେଷଣା ପାଇଁ ଭିସୁଟ ଓ ଇସ୍ରୋ ମଧ୍ୟରେ ଏମ୍‌ଓୟୁ

ମହାକାଶ ଗବେଷଣା ପାଇଁ ଭିସୁଟ ଓ ଇସ୍ରୋ ମଧ୍ୟରେ ଏମ୍‌ଓୟୁ

Read More...

କୋଭିଡ଼ -୧୯ ସହାୟତାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ଗରିବ, ଅତି ଗରିବଙ୍କୁ ସ୍ୱତନ୍ତ୍ର ପ୍ୟାକେଜ

କୋଭିଡ଼ -୧୯ ସହାୟତାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ଗରିବ, ଅତି ଗରିବଙ୍କୁ ସ୍ୱତନ୍ତ୍ର ପ୍ୟାକେଜ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page