ବର୍ଷା ବିପିାତ ଜାରି : ୧୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

August 26, 2020, ଓଡ଼ିଶା, , Anupambharat News Bureau


ବର୍ଷା ବିପିାତ ଜାରି : ୧୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
Anupambharat News Bureau
August 26, 2020

ଭୁବନେଶ୍ୱର, ୨୬ା୮ (ଅନୁପମ ମିଡିଆ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଜନିତ ପ୍ରବଳ ବର୍ଷା ପ୍ରଭାବରେ ସାରା ରାଜ୍ୟରେ ଜୀବନଯାତ୍ରା ଜଟିଳ ହୋଇପଡିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ,ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ରେଡ ଆଲର୍ଟ ଜାରି କରାଯାଇଛି ।
ସେହିପରି ଆଉ କେତେକ ଜିଲ୍ଲା ଯେପରିକି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମାଲକାନଗିରି, କୋରାପୁଟ, କନ୍ଧମାଳ, ନୂଆପଡ଼ା ଓ ଜଗତସିଂହପୁରରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅବଶିଷ୍ଟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ସତର୍କ ରୁହ : ନବୀନ

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ସତର୍କ ରୁହ : ନବୀନ

Read More...

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page