ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ସତର୍କ ରୁହ : ନବୀନ

August 26, 2020, ଓଡ଼ିଶା, , Anupambharat News Bureau


ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ସତର୍କ ରୁହ : ନବୀନ
Anupambharat News Bureau
August 26, 2020

ଭୁବନେଶ୍ୱର,୨୬ ।୮ (ଅନୁପମ ମିଡିଆ): ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏହାର ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗୀୟ ସଚିବ ମାନଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ବୁଧବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟରେ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଥିଲେ ଗତ ଦୁଇ ଦିନ ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ହାରାହାରି ୧୦୦ ମିଲିମିଟର ବର୍ଷା ହୋଇଛି । ବୈତରଣୀ, ବୁଢାବଳଙ୍ଗ ଓ ସାଳନ୍ଦୀ ନଦୀରେ ଅଧିକ ପାଣି ଆସିଛି । ଆଜି ରାତି ଠାରୁ ଆସନ୍ତା କାଲି ମଧ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ବୈତରଣୀ, ବୁଢାବଳଙ୍ଗ ଓ ତେଲ ଆଦି ନଦୀରେ ମଧ୍ୟମ ଧରଣର ବନ୍ୟା ଆସିବାର ସମ୍ଭାବନା ରହିଛି ।
ଲୋକଙ୍କୁ ବନ୍ୟା ସମୟରେ ଉଦ୍ଧାର କରିବା ପାଇଁ ୧୦ଟି ଓଡ୍ରାଫ୍‌ ଓ ଅଗ୍ନିଶମ ସେବା ୟୁନିଟ୍‌ ନିୟୋଜିତ ହୋଇଛନ୍ତି । ନଦୀବଂଧ ଗୁଡିକରେ ପାଟ୍ରୋଲିଂ କରାଯାଉଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସିଲାବସ୍‌ ୩୦% କମିବ

ସିଲାବସ୍‌ ୩୦% କମିବ

Read More...

ବର୍ଷା ବିପିାତ ଜାରି : ୧୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ବର୍ଷା ବିପିାତ ଜାରି : ୧୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page