କେନ୍ଦ୍ର ବିରୋଧୀ ଆଭିମୁଖ୍ୟ ଆହୁରି ଶାଣିତ, ବିଜେଡ଼ି କାର୍ଯ୍ୟକାରିଣୀରେ ନ’ ପ୍ରସ୍ତାବ ପାରିତ

December 20, 2020, ଓଡ଼ିଶା, , Anupambharat News Bureau


କେନ୍ଦ୍ର ବିରୋଧୀ ଆଭିମୁଖ୍ୟ ଆହୁରି ଶାଣିତ, ବିଜେଡ଼ି କାର୍ଯ୍ୟକାରିଣୀରେ ନ’ ପ୍ରସ୍ତାବ ପାରିତ
Anupambharat News Bureau
December 20, 2020


ଭୁବନେଶ୍ୱର, ୨୦ା୧୨(ଅନୁପମ ମିଡ଼ିଆ): ବିଜୁ ଜନତା ଦଳର କାର୍ଯ୍ୟକାରିଣୀ ବୈଠକ ରାଜ୍ୟ ମୁଖ୍ୟକାର୍ଯ୍ୟାଳୟଠାରେ ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି । ଏଥିରେ ସ୍ୱାମୀନାଥନ କମିଟି ସୁପାରିଶ କ୍ରମେ ଚାଷୀଙ୍କୁ ଏମଏସପି ଦେବାକୁ ପ୍ରସ୍ତାବ ଦିଆଯାଇଛି । ଏଥିସହ ବିଧାନସଭା ଓ ସଂସଦରେ ମହିଳାଙ୍କୁ ୩୩% ସଂରକ୍ଷଣ ଏବଂ ଓଡ଼ିଶାର ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ଦାବି ସହ ଓଡ଼ିଶାର ବରପୁତ୍ରମାନଙ୍କ ଗାଁକୁ ଆଦର୍ଶ ଗ୍ରାମ ଭାବ ଗ୍ରହଣ କରିବାକୁ ଦଳ ପ୍ରସ୍ତାବ ଦେଇଛି । ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ସହ ରାଜ୍ୟକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦାବିକୁ ଦଳ ଦୋହରାଇଛି । କେନ୍ଦ୍ରର ଅବହେଳା ରାଜ୍ୟର ବିକାଶ ଦିଗରେ ବାଧକ ସାଜିଛି । ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇଁ ଲେଢ଼ଇ ଜାରି ରହିବ ବୋଲି ବରିଷ୍ଠ ନେତା ମାନେ ପ୍ରକାଶ କରିଥିଲେ । ଏହି ବୈଠକରେ ବୈଠକରେ ୮୦ କାର୍ଯ୍ୟକାରିଣୀ ସଦସ୍ୟ, ନିମନ୍ତ୍ରିତ ଉପସଭାପତି ଓ ବରିଷ୍ଠ ନେତା ଉପସ୍ଥିତ ଥିଲେ । ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ବୈଠକ ଆରମ୍ଭ ହୋଇଥିଲା । ଦିବଙ୍ଗତ ନେତାଙ୍କ ପାଇଁ ୧ ମିନିଟ ନିରବ ପ୍ରାର୍ଥନା ହୋଇଥିଲା । ବିଜେଡି ହେଉଛି ଲୋକଙ୍କ ଦଳ ଲୋକଙ୍କ ସେବାରେ ସମର୍ପିତ । ପ୍ରତିଦିନ ଲୋକଙ୍କ କାମ କରିବାକୁ କାର୍ଯ୍ୟକାରିଣୀରେ କର୍ମକର୍ତ୍ତାଙ୍କୁ ଆହ୍ୱାନ ଦେଇଥିଲେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ତୃଣମୂଳସ୍ତରରେ ବିଜେଡିକୁ ଅଧିକ ସଂଗଠିତ କରାଯିବା ସହ ଦଳର ସଦସ୍ୟଙ୍କ ସଂଖ୍ୟା ୧ କୋଟିରୁ ଅଧିକରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସାଧାରଣ ଲୋକଙ୍କ ଆସ୍ଥା ବଢିବାରେ ଲାଗିଛି । କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଛବିକୁ କଦାପି ମଳିନ କରିବାକୁ ଦିଆଯିବ ନାହିଁ ଏବଂ ସାରା ରାଜ୍ୟରେ ବିଜେଡି ତଥା ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ କାର୍ଯ୍ୟ ଘରେ ଘରେ ପହଞ୍ଚାଇବାକୁ ଦଳର ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କହିଥିଲେ ।
ଦଳର୯ଟି ପ୍ରସ୍ତାବ ମଧ୍ୟରେ କେନ୍ଦ୍ରର ଅବହେଳା ଓ ନକରାତ୍ମକ ଆଭିମୁଖ୍ୟ ରାଜ୍ୟ ବିକାଶରେ ବାଧକ ବୋଲି ବରିଷ୍ଠ ନେତାମାନେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରାକୃତିକ ଦୁର୍ବିପାକକୁ ସଠିକ ଭାବେ ମୁକାବିଲା କରିପାରିଛନ୍ତି । ସେହିପରି କୃଷି ଓ କୃଷକଙ୍କୁ ଅଗ୍ରାଧିକାର ତଥା ସାମଗ୍ରିକ ବିକାଶ ପାଇଁ ବିଜେଡି ସଦାସର୍ବଦା କାର୍ଯ୍ୟ କରିଆସିଛି । ସ୍ୱାମୀନାଥନ କମିଟି ସୁପାରିସ ଅନୁସାରେ ଏମ୍‌ଏସ୍‌ପି ପାଇଁ ଲଢେଇ ଜାରି ରହିବ । ଆଗକୁ କିଭଳି ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାଇବ ସେଥିପାଇଁ ଦଳ ଦାବି ଉପସ୍ଥାପନ ଜାରି ରଖିବ । ମହିଳା ସଶକ୍ତିକରଣ ପାଇଁ ରାଜନୈତିକ ପ୍ରସ୍ତାବ ମଧ୍ୟ ଅନୁମୋଦିତ ହୋଇଛି । ବିଧାନସଭା ଓ ସଂସଦରେ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ଦାବି ହୋଇଛି । ଏହି ବୈଠକରେ ମଧ୍ୟ ଓଡିଶାର ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ପାଇଁ ମଧ୍ୟ ପ୍ରସ୍ତାବ ଅନୁମୋଦିତ ହୋଇଛି । ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ନୃତ୍ୟର ମାନ୍ୟତା ପାଇଁ ଦାବି ହୋଇଛି । କେବଳ ସେତିକି ନୁହେଁ ଓଡିଶାର ବରପୁତ୍ରଙ୍କ ଗାଁକୁ ଆଦର୍ଶ ଗ୍ରାମ ହିସାବରେ ଗ୍ରହଣ କରାଯିବାକୁ ପ୍ରସ୍ତାବ କରାଯାଇଛି । ବରପୁତ୍ର ମାନଙ୍କର ଜୀବନୀକୁ ପାଠ୍ୟପୁସ୍ତକରେ ସ୍ଥାନ ଦେବାକୁ ପ୍ରସ୍ତାବ ଦିଆଯାଇଛି । ସେହିପରି ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ଅନ୍ୟାନ୍ୟ ପଛୁଆ ବର୍ଗଙ୍କ ପୂର୍ଣ୍ଣ ସଶକ୍ତିକରଣ ପାଇଁ ପ୍ରସ୍ତାବ ହୋଇଛି । ଏହି କାର୍ଯ୍ୟକାରିଣୀ ବୈଠକରେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ପିନାକୀ ମିଶ୍ର, ପ୍ରମିଳା ମଲ୍ଲିକ, କିଶୋର କୁମାର ମହାନ୍ତି, କଳିକେଶ ନାରାୟଣ ସିଂହଦେଓ,ରମେଶ ଚନ୍ଦ୍ର ମାଝୀ,ଚନ୍ଦ୍ରଶେଖର ସାହୁ ସାଧାରଣ ସମ୍ପାଦକ(ଗଣମାଧ୍ୟମ ଓ ଯୋଗାଯୋଗ) ମାନସ ରଞ୍ଜନ ମଙ୍ଗରାଜ ଓ ଡଃ.ସସ୍ମିତ ପାତ୍ର ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପରୀ ହତ୍ୟା ଅଭିଯୁକ୍ତ ଗିରଫ !

ପରୀ ହତ୍ୟା ଅଭିଯୁକ୍ତ ଗିରଫ !

Read More...

ଦୁଇ ମୃତ, ଜଣେ ନିଖୋଜ

ଦୁଇ ମୃତ, ଜଣେ ନିଖୋଜ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page