୮ରୁ ଖୋଲିବ ସ୍କୁଲ

January 02, 2021, ଓଡ଼ିଶା, , Anupambharat News Bureau


୮ରୁ ଖୋଲିବ ସ୍କୁଲ
Anupambharat News Bureau
January 02, 2021


ଭୁବନେଶ୍ୱର,୨ା୧(ଅନୁପମ ମିଡ଼ିଆ): ରାଜ୍ୟ ସରକାର ଆସନ୍ତା ୮ରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠ ପଢ଼ିବାକୁ ଯିବେ । ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ । ପାଠପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଏହି ମାର୍ଗଦର୍ଶିକା ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ ଗୁଡ଼ିକ ଖୋଲିବ । ଦଶମ ଶ୍ରେଣୀର ବୋର୍ଡ଼ ପରୀକ୍ଷା ମଇ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ମାଧ୍ୟମିକ ଶିକ୍ଷା ବୋର୍ଡ଼ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ । ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତି ନେଇଛନ୍ତି ।ମାଧ୍ୟମିକ ଶିକ୍ଷା ବୋର୍ଡ଼ ପରୀକ୍ଷା ଦେବାପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କର ପାଠପଢ଼ା ଜାନୁଆରୀ ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବ । ଦଶମ ଶ୍ରେଣୀ ପିଲାମାନଙ୍କର ପ୍ରାକଫିକାଲ୍‌ ପରୀକ୍ଷା ଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ଯ୍ୟନ୍ତ ହେବ । ଦଶମ ଶ୍ରେଣୀର ବୋର୍ଡ଼ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ । ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ଼୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରହିଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍‌ଲାଇନ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜିଠୁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ଆଜିଠୁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

Read More...

ଟିକା କରଣ ପ୍ରସ୍ତୁତିକୁ ଜୋରଦାର୍‌ କରିଛି ଭାରତ

ଟିକା କରଣ ପ୍ରସ୍ତୁତିକୁ ଜୋରଦାର୍‌ କରିଛି ଭାରତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page