ମାଟ୍ରିକ ପରୀକ୍ଷା ଫି’ ଛାଡ

January 12, 2021, ଓଡ଼ିଶା, , Anupambharat News Bureau


ମାଟ୍ରିକ ପରୀକ୍ଷା ଫି’ ଛାଡ
Anupambharat News Bureau
January 12, 2021


ଭୁବନେଶ୍ୱର,୧୨ା୧(ଅନୁପମ ମିଡ଼ିଆ): ଛାତ୍ର ସମାଜର ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି । କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତିି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ । ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ତିନି କୃଷି ଆଇନ ସ୍ଥଗିତ ନିର୍ଦ୍ଦେଶ

ତିନି କୃଷି ଆଇନ ସ୍ଥଗିତ ନିର୍ଦ୍ଦେଶ

Read More...

ଭୁବନେଶ୍ୱରରେ ପହଞ୍ଚିଲା କରୋନା ଟିକା

ଭୁବନେଶ୍ୱରରେ ପହଞ୍ଚିଲା କରୋନା ଟିକା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page