ପୁଣି ଆସିଲା କାଳିଆ ଟଙ୍କା

February 12, 2021, ଓଡ଼ିଶା, , Anupambharat News Bureau


ପୁଣି ଆସିଲା କାଳିଆ ଟଙ୍କା
Anupambharat News Bureau
February 12, 2021


ଭୁବନେଶ୍ୱର ,୧୨ା୨(ଅନୁପମ ମିଡ଼ିଆ): ରାଜ୍ୟର ଚାଷୀଙ୍କୁ ପୁଣି ମିଳିଛି କାଳିଆ ଟଙ୍କା । ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି । ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି । ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ । ମୁଁ ଚାହେଁ, ଚାଷୀର ରୋଜଗାର ବଢୁ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ । ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଂଚୁ । ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି ।’ କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା । କି;ୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଭାଇ ସଞ୍ଜିବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି । ‘ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚାଷୀଙ୍କ ପାଇଁ ଆରମ୍ଭରୁ ସେ କାମ କରିଆସିଛନ୍ତି ଏବଂ କରିଚାଲିବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଭଲ ରହିଲେ ଦେଶ ଓ ସମାଜ ଭଲରେ ରହିବ । ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଚାଷୀଭାଇ ପାଇଁ ବିଭିନ୍ନ ଯୋଜନା କରିଆସୁଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏମଏସପିକୁ ଦୁଇ ଗୁଣ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବି କରିଆସୁଛନ୍ତି । ଏହାସହିତ କୃଷିଜାତ ଜିନିଷ ପାଇଁ ବଜାର ଭିତିଭୂମିକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ସେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାରେ ଉପସ୍ଥିତ ଥିବା ଚାଷୀମାନଙ୍କ ସହିତ କାଳିଆ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ । ସୁନ୍ଦରଗଡର କୁମାରୀ ମାରାଇ ବରଗଡ,ମାଣିକ ପ୍ରଧାନ ନବରଙ୍ଗପୁରର ଘନ ପାଇକ ନୟାଗଡର ଦାଶରଥି ସାହୁ ଓ ମୟୂରଭଞ୍ଜର ଚାଷୀମାନେ କାଳିଆ ସହାୟତା ଦ୍ୱାରା କିପରି ଚାଷ ସହିତ ଛେଳିପାଳନ ଓ ଅନ୍ୟ
ଆନୁଷଙ୍ଗିକ କୃଷି କାମ କରି ସେମାନେ କିପରି ଲାଭବାନ୍‌ ହୋଇଛନ୍ତି, ସେ ବିଷୟରେ କହି କାଳିଆ ଯୋଜନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ।
ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତେ୍ୱ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ୱ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ ।
ଏହି ଅବସରରେ କାଳିଆ ଯୋଜନା ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ , ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଓଡ଼ିଶା ମାଟିରେ ଆନ୍ଧ୍ରର ନିର୍ବାଚନ ଶେଷ : ପ୍ରଶାସନର ସମସ୍ତ ଉଦ୍ୟମ ଫସର ଫାଟିଲା

ଓଡ଼ିଶା ମାଟିରେ ଆନ୍ଧ୍ରର ନିର୍ବାଚନ ଶେଷ : ପ୍ରଶାସନର ସମସ୍ତ ଉଦ୍ୟମ ଫସର ଫାଟିଲା

Read More...

ରଥକାଠ ପହଞ୍ଚିଲା

ରଥକାଠ ପହଞ୍ଚିଲା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page