ପରିସ୍ଥିତି ବିଗିଡ଼ିଲେ ହେବ ଲକଡାଉନ୍‌ : ସ୍ୱାସ୍ଥ୍ୟମନ୍ତ୍ରୀ , ସ୍କୁଲରେ କଟକଣା କଡ଼ାକଡ଼ି କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ

February 22, 2021, ଓଡ଼ିଶା, , Anupambharat News Bureau


ପରିସ୍ଥିତି ବିଗିଡ଼ିଲେ ହେବ ଲକଡାଉନ୍‌ : ସ୍ୱାସ୍ଥ୍ୟମନ୍ତ୍ରୀ , ସ୍କୁଲରେ କଟକଣା କଡ଼ାକଡ଼ି କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ
Anupambharat News Bureau
February 22, 2021


ଭୁବନେଶ୍ୱର, ୨୨ା୨(ଅନୁପମ ମିଡ଼ିଆ):­ ପରିସ୍ଥିତି ବିଗିଡ଼ିଲେ ଲକଡାଉନ୍‌ ହୋଇପାରେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି । ରାଜ୍ୟରେ କରୋନା ସ୍ଥିତି ନେଇ ସେ କହିଛନ୍ତି ଯେ, ରାଜ୍ୟ ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ଲୋକଙ୍କୁ ସଚେତନ କରାଯାଉଛି । ଜିଲ୍ଲାପାଳ ଓ ଏସପିଙ୍କୁ ସଜାଗ ରଖାଯାଇଛି । କରୋନା ଉପରେ ନିୟନ୍ତ୍ରଣ ଆସିଥିଲେ ହେଁ ଜନସାଧାରଣଙ୍କୁ ସତର୍କ ରହିବାକୁ ହେବ । କୋଭିଡ୍‌ ନିୟମ ମାନିବାକୁ ଅନୁରୋଧ କଲେ ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି ଯେ ପରିସ୍ଥିତିକୁ ନେଇ ଆମେ ନିଷ୍ପତ୍ତି ନେବୁ । ଲୋକମାନଙ୍କୁ ମାଇକ୍‌ ଯୋଗେ ସଚେତନ କରାଇବୁ । ସ୍ୱତନ୍ତ୍ର ରିଲିଫ୍‌ କମିଶନର, ରାଜ୍ୟର ସବୁ ଜିଲ୍ଲାପାଳ, ମୁ୍ୟନିସିପାଲ କମିଶନର ଏବଂ ଏସପିମାନଙ୍କୁ ଚିଠି ଲେଖିଛନ୍ତି । କରୋନା ନିୟମ କଡ଼ାକଡ଼ି ପାଳନ ହେଉଛି ନା ନାହିଁ, ତା ଉପରେ ନଜର ରଖି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା, ସମାଜିକ ଦୂରତା ମାନିବା ନିୟମ ଉପରେ ଜିଲ୍ଲା ଓ ପୁଲିସ ଅଧିକାରୀ ନଜର ରଖିବେ । ସେହିପରି ବଜାର ଓ ହାଟ ଭଳି ଜନଗହଳି ପୂର୍ଣ୍ଣ ସ୍ଥାନରେ ଲାଉଡସ୍ପିକର ଜରିଆରେ ସତର୍କ କରିବେ ଜିଲ୍ଲା ପ୍ରଶାସନ । ଅନ୍ୟପକ୍ଷେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି । ବିଭାଗୀୟ ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଡିଇଓମାନଙ୍କୁ ଚିଠି ଲେଖି କହିଛନ୍ତି ଯେ ଦେଶରେ ଦେଖାଦେଇଥିବା ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ଦେଶାବଳୀକୁ କଡ଼ାକଡ଼ି ପାଳନ କରାଯାଉ । ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମେତ ଡିଇଓଙ୍କ ଅଧୀନରେ ଥିବା ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯାଉ । ପାଠପଢ଼ା ସହ କ୍ୟାମ୍ପସ୍‌ ରେ ଆଉ କୌଣସି କାର୍ଯ୍ୟକ୍ରମ କରାଯିବ ନାହିଁ । ଯେଉଁମାନେ କୋଭିଡ୍‌ -୧୯ ଗାଇଡ୍‌ ଲାଇନ୍‌ ପାଳନ କରିବେ ନାହିଁ ଆଇନ ଅନୁଯାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସଂସଦରେ ବିଜେଡି ସାଂସଦଙ୍କ ସଶକ୍ତ ସ୍ୱର ଶୁଭୁନି

ସଂସଦରେ ବିଜେଡି ସାଂସଦଙ୍କ ସଶକ୍ତ ସ୍ୱର ଶୁଭୁନି

Read More...

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ଘଟଣା : ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ଗିରଫ

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ଘଟଣା : ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ଗିରଫ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page