ଓବିସିଙ୍କୁ ଚାକିରି କ୍ଷେତ୍ରରେ ସଂରକ୍ଷଣ ଦିଅ;ୁ: ଧର୍ମେନ୍ଦ୍ର

March 04, 2021, ଓଡ଼ିଶା, , Anupambharat News Bureau


ଓବିସିଙ୍କୁ ଚାକିରି କ୍ଷେତ୍ରରେ ସଂରକ୍ଷଣ ଦିଅ;ୁ: ଧର୍ମେନ୍ଦ୍ର
Anupambharat News Bureau
March 04, 2021


ନୂଆଦିଲ୍ଲୀ, ୪ା୩: ଆସନ୍ତା ମଇରୁ ରାଜ୍ୟ ସରକାର ପଛୁଆ ବର୍ଗ ସର୍ଭେ ଆରମ୍ଭ କରିବାକୁ ଯାଉଛନ୍ତି । ତେବେ ଏହା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାଜ୍ୟ ସରକାର ଯଥାଶୀଘ୍ର ପଛୁଆ ବର୍ଗ (ଏସଇବିସି)ଙ୍କୁ ଶିକ୍ଷା ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଭୟ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଖୁବ ଶୀଘ୍ର ସମ୍ବିଧାନ ଅନୁମୋଦିତ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ମୋଦି ସରକାରରେ ଦେଶରେ ଆର୍ଥିକ ଅନଗ୍ରସର ସବର୍ଣ୍ଣଙ୍କ ପାଇଁ ଶିକ୍ଷା ଓ ନିଯୁକ୍ତିରେ ୧୦ ପ୍ରତିଶତର ସ୍ଥାନ ସଂରକ୍ଷଣ ହୋଇଥିବା ବେଳେ ଏହାକୁ ମଧ୍ୟ ଓଡ଼ିଶାରେ ଲାଗୁ କରିବା ପାଇଁ ମଖ୍ୟମନ୍ତ୍ରୀ ସକରାତ୍ମକ ପଦକ୍ଷେପ ନେବେ ବୋଲି ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି ।ନୂଆଦିଲ୍ଲୀ ଠାରେ ଗୁରୁବାର ସାମ୍ବାଦିକ ସମ୍ବିଳନୀ ଜରିଆରେ ପୁଣି ଥରେ ଏହି ଦାବିକୁ ଦୋହରାଇବା ସହ ପ୍ରଧାନ କହିଛନ୍ତି ଯେ ରାଜ୍ୟର ମୋଟ ଜନସଂଖ୍ୟାର ୫୪ ପ୍ରତିଶତ ହେଉଛନ୍ତି ଓବିସି ଓ ଏସଇବିସି ବର୍ଗ । ତେବେ ଏହି ବର୍ଗର ଲୋକମାନେ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ଥିବା ସୁଯୋଗରୁ ବଞ୍ଚିତ ହେବା କାରଣରୁ ସେମାନଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ହୋଇପାରିନାହିଁ । ଦେଶର ଅନେକ ରାଜ୍ୟ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅନୁ୍ୟନ ୨୭ ପ୍ରତିଶତ ସଂରକ୍ଷଣ ଲାଗୁ କରିଥିବା ବେଳେ କର୍ଣ୍ଣାଟକ, ତାମିଲନାଡୁ, କେରଳ ଓ ବିହାର ଆଦି ରାଜ୍ୟ ସେସବୁ ରାଜ୍ୟ ଗୁଡିକରେ ଏହି ଜାତି ଗୁଡିକର ଜନସଂଖ୍ୟାରେ ଅଧିକ ଭାଗ କାରଣରୁ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି । ମାନ୍ୟବର ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଏହି ଜାତିଙ୍କ ପାଇଁ ଅଧିକ ପ୍ରତିଶତ ସଂରକ୍ଷଣ ଦେବା ପାଇଁ କୌଣସି ପ୍ରତିବନ୍ଧକ ନାହିଁ । ଓଡ଼ିଶାରେ ପାଖାପାଖି ୨୧୦ଟି ସମୁଦାୟକୁ ଏସଇବିସି ବର୍ଗରେ ଚିହ୍ନଟ କରାଯାଇଛି । ଯାହାର ବିଜ୍ଞପ୍ତି ୧୯୯୩ ମସିହାରୁ ଆରମ୍ଭ କରି ୨୦୧୭ ମସିହା ପର୍ଯ୍ୟନ୍ତ ପ୍ରକାଶିତ ହୋଇଛି । କେନ୍ଦ୍ର ସରକାରଙ୍କ ପାଖରେ ଗୋଟିଏ ଓବିସି ତାଲିକା ରହିଥିବା ବେଳେ ରାଜ୍ୟ ପାଖରେ ମଧ୍ୟ ଏସଇବିସି ତାଲିକା ରହିଛି । ରାଜ୍ୟ ସରକାର ନିଜସ୍ୱ ଏସଇବିସି ତାଲିକା ଏବଂ କେନ୍ଦ୍ରର ଓବିସି ତାଲିକାକୁ ନେଇପାରିବେ ଯାହା ଶିକ୍ଷା ଏବଂ ରୋଜଗାର କ୍ଷେତ୍ରରେ ସଂରକ୍ଷଣ ଯୋଗାଇବା ପାଇଁ ଉପଯୋଗୀ ହୋଇପାରିବ । ତେଣୁ ବହୁସଂଖ୍ୟକ ସମାଜକୁ ଏହି ସାମ୍ବିଧାନ ଅଧିକାର ପାଇବାରୁ ବଂଚିତ କରାନଯାଉ । ସମ୍ବିଧାନର ଧାରା ୧୫(୪) ଓ ୧୬(୪) ଅଧୀନରେ ଓବିସି ବର୍ଗଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣର ବ୍ୟବସ୍ଥା ଥିଲେ ମଧ୍ୟ ଓଡିଶା ସରକାର ସଂରକ୍ଷଣ ବ୍ୟବସ୍ଥା କରୁନାହାନ୍ତି । ଏହା ରାଜନୈତିକ ପ୍ରସଙ୍ଗ ନୁହେଁ, ସାମାଜିକ, ସାମାଜିକ ନ୍ୟାୟ, ସାମାଜିକ ସଶକ୍ତିକରଣ ଓ ସାମାଜିକ ସମରସତାର ପ୍ରସଙ୍ଗ । ତେଣୁ ମୁଖ୍ୟମନ୍ତ୍ରୀ ରାଜନୈତିକ ବାଦବିବାଦରୁ
ବାହାରକୁ ଯାଇ ଏସଇବିସି ଓ ଓବିସି ବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉପଯୁକ୍ତ ସାମ୍ବିଧାନିକ ଅଧିକାର ପ୍ରଦାନ କର;ୁ । ଏହା ଦ୍ୱାରା ସମାଜରେ ସାମାଜିକ ଓ ଆର୍ଥିକ ବୈଷମ୍ୟତା ଦୂର ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କେନ୍ଦ୍ରାପଡାରେ ଷ୍ଟିଲ୍‌ ପ୍ଲାଣ୍ଟ କରିବ ମିତଲ

କେନ୍ଦ୍ରାପଡାରେ ଷ୍ଟିଲ୍‌ ପ୍ଲାଣ୍ଟ କରିବ ମିତଲ

Read More...

ରାଜ୍ୟରେ ପୌର ନିର୍ବାଚନ ଖୁବ୍‌ ଶୀଘ୍ର

ରାଜ୍ୟରେ ପୌର ନିର୍ବାଚନ ଖୁବ୍‌ ଶୀଘ୍ର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page