ସବୁ ପଞ୍ଚାୟତରେ ଖୋଲିବ ମୋ ସେବା କେନ୍ଦ୍ର

March 05, 2021, ଓଡ଼ିଶା, , Anupambharat News Bureau


ସବୁ ପଞ୍ଚାୟତରେ ଖୋଲିବ ମୋ ସେବା କେନ୍ଦ୍ର
Anupambharat News Bureau
March 05, 2021


ଭୁବନେଶ୍ୱର,୫ା୩(ଅନୁପମ ମିଡ଼ିଆ): ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ ତଥା ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ହଜାରରୁ ଅଧିକ ମୋ ସେବା କେନ୍ଦ୍ର ଓ ଓଡିଶା ୱାନ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ । ଏହାଦ୍ୱାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁ୍ୟଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡିଶା ୱାନ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୂଳମନ୍ତ୍ର । ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଟେକ୍ନୋଲୋଜିର ଉପଯୋଗ ସମ୍ପର୍କରେବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ ଚାହୁଁଥିଲେ ଟେକ୍ନୋଲୋଜିର ସୁବିଧା ଗାଁ ଗାଁ ରେ ପହଞ୍ଚୁ । ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ । ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ । ଏହି କେନ୍ଦ୍ର ଦ୍ୱାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ । ଏଥିପାଇଁ ସେମାନଙ୍କୁ ଆଉବାରମ୍ବାର ଅଫିସ ଯିବାର ଆବଶ୍ୟକତା ରହିବ ନାହିଁ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହାକୁ ମୁଖ୍ୟମନ୍ତ୍ରୀଙ୍କର ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ । ମୋ ସେବାକେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମତବିନିମୟ କରିଥିଲେ । ସେମାନେ ରାଜ୍ୟସରକାରଙ୍କ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତୀଙ୍କ ସଚିବ (୫ଟି) ଭିକେପାଣ୍ଡିୟାନ୍‌ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଆଇଟି ବିଭାଗର ସଚିବ ମନୋଜ ମିଶ୍ର କାର୍ଯ୍ୟକ୍ରମ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଏସଏଫଡିଆର୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଏସଏଫଡିଆର୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

Read More...

ସନ୍ଦିU ସ୍କର୍ପିଓ ଜବତ ଘଟଣାରେ ନୂଆ ମୋଡ଼ : ଗାଡ଼ି ମାଲିକଙ୍କ ମୃତଦେହ ଉଦ୍ଧାର

ସନ୍ଦିU ସ୍କର୍ପିଓ ଜବତ ଘଟଣାରେ ନୂଆ ମୋଡ଼ : ଗାଡ଼ି ମାଲିକଙ୍କ ମୃତଦେହ ଉଦ୍ଧାର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page