ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୁଞ୍ଚିବନି

April 09, 2021, ଓଡ଼ିଶା, , Anupambharat News Bureau


ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୁଞ୍ଚିବନି
Anupambharat News Bureau
April 09, 2021


ଭୁବନେଶ୍ୱର, ୯ା୪ (ଅନୁପମ ମିଡ଼ିଆ): ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ । ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ ବୋଲି ଶୁକ୍ରବାର ସ୍କୁଲ୍‌ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଏହି ଦୁଇ ଶ୍ରେଣୀର ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ ନାହିଁ । ପରୀକ୍ଷା ପାଇଁ ଅଧିକ କେନ୍ଦ୍ର କରାଯିବ । ଯେହେତୁ ନବମ କ୍ଲାସ ବନ୍ଦ ରହିଛି ତେଣୁ ନବମ ଶ୍ରେଣୀ ପରୀକ୍ଷା ହେବ କି ନାହିଁ କିଛି ସ୍ଥିର ହୋଇନି ବୋଲି ସେ କହିଛନ୍ତି । କରୋନା ମହାମାରୀ ସଂକ୍ରମଣ ପୁଣିଥରେ ବ୍ୟାପୁଥିବାରୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ୍‌ରେ ନବମ ଓ ଏକାଦଶ ଶ୍ରେଣୀର ପାଠପଢ଼ା ବନ୍ଦ ରହିଛି । ସୂଚନାଯୋଗ୍ୟ, ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଆସନ୍ତା ମଇ’ ୩ରୁ ୧୫ ତାରିଖ ଯାଏଁ ଅନୁଷ୍ଠିତ ହେବ । ସେହିପରି ମଇ ୧୮ରୁ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ । ଏହା ଜୁନ୍‌ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ । ପୂର୍ବରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏହି ତାରିଖ ମଧ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ହେବ । ତା’ ସହିତ ମେ’ ୨୮ରୁ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସମଲେଇ ବିକାଶ ଯୋଜନା: ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ

ସମଲେଇ ବିକାଶ ଯୋଜନା: ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ

Read More...

ଏନକାଉଣ୍ଟରରେ ୨ ଆତଙ୍କୀ ନିହତ

ଏନକାଉଣ୍ଟରରେ ୨ ଆତଙ୍କୀ ନିହତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page