ସମଲେଇ ବିକାଶ ଯୋଜନା: ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ

April 09, 2021, ଓଡ଼ିଶା, , Anupambharat News Bureau


ସମଲେଇ ବିକାଶ ଯୋଜନା: ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ
Anupambharat News Bureau
April 09, 2021


ଭୁବନେଶ୍ୱର, ୯ା୪(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି । ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସମ୍ପର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି । ପ୍ୟାକେଜକୁ ଅନୁମୋଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା ସମଲେଶ୍ୱରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ ଜନସାଧାରଣ ଯେଉଁ ତ୍ୟାଗ କରିଛନ୍ତି, ତାକୁ ଯୁଗ ଯୁଗ ଧରି ଆମର ଉତ୍ତରପୀଢି ମନେରଖିବେ । ଏହା ସହିତ ପ୍ରକଳ୍ପକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମସ୍ତ କାର୍ଯ୍ୟ ପାଇଁ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଜାରି ରହିଛି । ଆବଶ୍ୟକସ୍ଥଳେ ଲୋକଙ୍କ ମତାମତ ଅନୁଯାୟୀ ଏହାକୁ ଆହୁରି ଆକର୍ଷଣୀୟ କରାଯିବ । ସମ୍ପୂର୍ଣ୍ଣ ସମଲେଇ ଯୋଜନାକୁ ମଇ ୧୫ ତାରିଖ ସୁଦ୍ଧା ପ୍ରସ୍ତୁତ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ବୈଠକର ନିଷ୍ପତ୍ତି ଅନୁଯାୟୀ ବେସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଜମିକୁ ସିଧାସଳଖ କିଣାଯାଇ ଅଧିଗ୍ରହଣ କରାଯିବ ଏବଂ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ । ମନ୍ଦିରର ପୂଜାରୀଙ୍କୁ ଜମି ବଦଳରେ ଜମି ପ୍ରଦାନର ସୁବିଧା ରହିବ । ଏହା ସହିତ ପୂଜାରୀ ମାନଙ୍କୁ ୨୦ ଲକ୍ଷର ପୁନର୍ବାସ ଭତ୍ତା କିମ୍ବା ତାଙ୍କ ଘରର ମୂଲ୍ୟ, ଯାହା ଅଧିକ ଥିବ, ତାକୁ ପ୍ରଦାନ କରାଯିବ । ଏହାସହ ପରିବହନ ଓ ଅନ୍ୟାନ୍ୟ ସୁବିଧା ପାଇଁ ୧ ଲକ୍ଷ ଟଙ୍କା ତୁରନ୍ତ ପ୍ରଦାନ କରାଯିବ । ପ୍ରତ୍ୟେକ ପରିବାରକୁ ୧୨ ମାସ ପାଇଁ ୧୦ ହଜାର ଟଙ୍କା ଘରଭଡା ଦିଆଯିବ । ସରକାରୀ ଜାଗାରେ ବସ୍ତିରେ ଥିବା ଛୋଟ ଛୋଟ କଚ୍ଚା ଘର କିମ୍ବା ଆଂଶିକ ପMା ଘର ଥିବା ପରିବାରକୁ ଏକକାଳୀନ ୫୦ ହଜାର ଟଙ୍କା କିମ୍ବା ଘରର ମୂଲ୍ୟ, ଯାହା ଅଧିକ ଥିବା ତାହା ଦିଆଯିବ । ଏହାସହିତ ଲୋକଙ୍କ ପୁନର୍ବାସ ପାଇଁ ୬୫୦ ବର୍ଗଫୁଟ ଅଞ୍ଚଳର ଜାଗା ଦିଆଯିବ । ବଡ ବଡ ପMା ଘର ଥିବା ବସ୍ତିର ପରିବାର ଗୁଡିକୁ ଘରର ମୂଲ୍ୟ ଏବଂ ୬୫୦ ବର୍ଗଫୁଟର ଜାଗା ଦିଆଯିବ । ସମ୍ବଲପୁର ମହାନଗର ନିଗମ ଦ୍ୱାରା ପରିବହନ, ୮ ଦିନ ପାଇଁ ଖାଦ୍ୟ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇ ଦିଆଯିବ । ବସ୍ତି ବ୍ୟତୀତ ଅନ୍ୟ ଜାଗାରେ ଥିବା ବେସରକାରୀ ଜାଗାରେ ଅନଧିକୃତ ଘର ଥିଲେ ପ୍ରତ୍ୟେକ ପରିବାର ପାଇଁ ଘରର ବଜାର ଦର ଅନୁଯାୟୀ କ୍ଷତିପୂରଣ, ୨,୫୭,୪୭୫ ଟଙ୍କା ପୁନର୍ବାସ ସହାୟତା
ଏବଂ ଅନ୍ୟସ୍ଥାନକୁ ଯିବା ପାଇଁ ପରିବାର ପିଛା ଏକକାଳୀନ ୫୦ ହଜାର ଟଙ୍କା ସହାୟତା ଦିଆଯିବ । ସରକାରୀ ଜାଗାରେ ଆଶିଂକ ପMା ଘର ଥିବା ଦୋକାନ ଘର ଏକକାଳୀନ ୩୦ ହଜାର ଟଙ୍କା ଓ ସଂପୂର୍ଣ୍ଣ ପMା ଘର ପାଇଁ ଏକକାଳୀନ ୫୦ ହଜାର ଟଙ୍କା ସହାୟତା ଦିଆଯିବ । ସରକାରୀ ଜାଗାରେ ଉଠାଦୋକାନୀ ମାନଙ୍କୁ ୩୦ ହଜାର ଟଙ୍କା ଦୁଇଟି ସମାନ କିସ୍ତିରେ ପ୍ରଦାନ କରାଯିବ । ସେମାନଙ୍କ ପାଇଁ ଏକ ଷ୍ଟ୍ରିଟ୍‌ ଭେଣ୍ଡିଂ ପ୍ଲାନ୍‌ କରାଯିବ ଏବଂ କ୍ଷତିଗ୍ରସ୍ତ ଦୋକାନୀଙ୍କୁ ଦୋକାନ ପାଇଁ ଜାଗା ଦିଆଯିବ । ଆଲୋଚନାରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ , ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ସନଚାଳନା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଟ୍ରକ୍‌ ଦୁର୍ଘଟଣାରେ ୧୦ ମୃତ

ଟ୍ରକ୍‌ ଦୁର୍ଘଟଣାରେ ୧୦ ମୃତ

Read More...

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୁଞ୍ଚିବନି

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୁଞ୍ଚିବନି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page