ଆଉ ପ୍ଲାଜମାଥେରାପି ହେବନି: ମୁଖ୍ୟମନ୍ତ୍ରୀ

May 18, 2021, ଓଡ଼ିଶା, , Anupambharat News Bureau


 ଆଉ ପ୍ଲାଜମାଥେରାପି ହେବନି: ମୁଖ୍ୟମନ୍ତ୍ରୀ
Anupambharat News Bureau
May 18, 2021


ଭୁବନେଶ୍ୱର, ୧୮ା୫(ଅନୁପମ ମିଡ଼ିଆ): ରାଜ୍ୟରେ କୋଭିଡ ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି । ରାଜ୍ୟରେ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ନୂଆ ଚିହ୍ନଟ ହେଉଥିବା ରୋଗୀଙ୍କ ଠାରୁ ଅଧିକ ରହୁଛି । ଗତ ସପ୍ତାହରୁ କେତେକ ଜିଲ୍ଲାରେ ସଂକ୍ରମଣ କମିବା ମଧ୍ୟ ଆରମ୍ଭ କରିଛି । ରାଜ୍ୟରେ ପଜିଟିଭ୍‌ ହାର ମଧ୍ୟ କମିଛି । ଏସବୁ ପାଇଁ ଲକ୍‌ଡାଉନ ଓ ଲୋକଙ୍କ ମଧ୍ୟରେ ସଚେତନତାକୁ ଶ୍ରେୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟରେ କୋଭିଡ ସ୍ଥିତ ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗତକାଲି ସର୍ବଦଳୀୟ ବୈଠକରେ ଘୋଷଣା କରିଥିବା କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରୀତା ସହିତ ରୋଗୀଙ୍କ ଅବସ୍ଥା ସମ୍ପର୍କରେ ସମ୍ପର୍କୀୟଙ୍କୁ ସଠିକ ସୂଚନା ଦେବା ଏବଂ ଟିକାକରଣ କେନ୍ଦ୍ରମାନଙ୍କରେ ସାମାଜିକ ଦୂରତା ରକ୍ଷା କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଏଥିସହ ଆଗାମୀ ସପ୍ତାହ ମଧ୍ୟରେ ଟେଷ୍ଟ ସଂଖ୍ୟା ୭୦ ହଜାରକୁ ବୃଦ୍ଧି କରାଯିବ ବୋଲି ସେ କହିଥିଲେ । ବୈଠକରୁ ମିଳିଥିବା ସୂଚନା ଅନୁୁଯାୟୀ ସଂକ୍ରମଣ କମିବାରେ ଲାଗିଛି । ଓଡିଶାରେ ସଂକ୍ରମଣ ମଇ ୧୩ ତାରିଖରେ ସର୍ବାଧିକ ହୋଇଥିଲା ଏବଂ ତା ପରଠାରୁ ଏହା କମିବାରେ ଲାଗିଛି । ଆମର ପଜିଟିଭିଟି ରେଟ୍‌ ଗତ ସପ୍ତାହରେ ୨୧ ପ୍ରତିଶତ ଥିବାବେଳେ ଏବେ ଏହା ୧୮ ପ୍ରତିଶତକୁ କମିଛି । ରାଜ୍ୟରେ ଆଇସିୟୁ ବେଡ୍‌ର ସଂଖ୍ୟା ବୃଦ୍ଧି କରାଯାଇଛି ଏବଂ ଖୁବ୍‌ ଶୀଘ୍ର ଆଉ ୩୬୮ଟି ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯିବ । ରାଜ୍ୟରେ ଆଉ ପ୍ଲାଜମାଥେରାପି କରାଯିବ ନାହିଁ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଯଦି ସମସ୍ତେ କୋଭିଡ ନିୟମ ମାନି ମାସ୍କ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ଅନାବଶ୍ୟକ ଭାବରେ ବାହାରେ ବୁଲିବା ବନ୍ଦ କରିଦେବା, ତେବେ ଆମେ ନିଶ୍ଚୟ ଏହି ଲଢେଇ ଜିତିପାରିବା । ମୁଖ୍ୟମନ୍ତ୍ରୀ ଟିକାକରଣ କେନ୍ଦ୍ର ମାନଙ୍କରେ ସାମାଜିକ ଦୂରତା ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଦେଇଥିଲେ ।
ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ଆଉ ଦୁଇ ସପ୍ତାହ ପାଇଁ ଏହାର ଅବଧିକୁ ବଢାଯାଇଛି ଏବଂ ଏହାକୁ କଡାକଡି ଭାବରେ କାର୍ଯ୍ୟକାରୀ କରାଯିବ । ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଉପସ୍ଥାପନା ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଥିଲେ ଯେ ସାରା ଦେଶରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିବାରେ ଲାଗିଛି । ପୋଲିସ ମହାନିର୍ଦ୍ଦେଶକ ଅଭୟ ରାଜ୍ୟରେ ଲକ୍‌ଡାଉନ ଓ ବିଭିନ୍ନ କୋଭିଡ଼ ଗାଇଡଲାଇନର ଅନୁପାଳନ ପାଇଁ ପୋଲିସର ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ । ବୈଠକରେ ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର ଅବଜରଭର ନିକୁଞ୍ଜ ବିହାରି ଧଳ, କଳାହାଣ୍ଡି-ନୂଆପଡାର ଅବଜରଭର ସତ୍ୟବ୍ରତ ସାହୁ, ଅନୁଗୁଳ-ଢେଙ୍କାନାଳର ଅବଜରଭର ବିଷ୍ଣୁପଦ ସେଠୀ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜର ଜିଲ୍ଲାପାଳ, କଟକ ଓ ଭୁବନେଶ୍ୱର ମୁ୍ୟନିସିପାଲ କମିଶନର ମାନେ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ବୈଠକ ସଞ୍ଚାଳନ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଖଲ୍ଲିକୋଟ କ୍ଳଷ୍ଟର ବିଶ୍ୱବିଦ୍ୟାଳୟ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶ୍ରଣ

ଖଲ୍ଲିକୋଟ କ୍ଳଷ୍ଟର ବିଶ୍ୱବିଦ୍ୟାଳୟ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶ୍ରଣ

Read More...

ଦାନା ବାନ୍ଧୁଛି ଲଘୁଚାପ

ଦାନା ବାନ୍ଧୁଛି ଲଘୁଚାପ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page