ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା : ‘ୟାସ୍‌’କ୍ଷୟକ୍ଷତି ୬୧୦ କୋଟି

June 02, 2021, ଓଡ଼ିଶା, , Anupambharat News Bureau


ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା : ‘ୟାସ୍‌’କ୍ଷୟକ୍ଷତି ୬୧୦ କୋଟି
Anupambharat News Bureau
June 02, 2021


ଭୁବନେଶ୍ୱର,୨ା୬(ଅନୁପମ ମିଡ଼ିଆ): ସାମୁଦ୍ରିକ ବାତ୍ୟା ‘ୟାସ୍‌’ରେ ସମୁଦାୟ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି । ଏଥିରେ ୧୧ ହଜାର ଗ୍ରାମର ୬୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ । ବାତ୍ୟାରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଓ ୯୦ କୋଟି ଟଙ୍କାର ବ୍ୟକ୍ତିଗତ ସମ୍ପତ୍ତିର କ୍ଷତି ହୋଇଛି । ରିଲିଫ ପାଇଁ ୬୬ କୋଟି ଟଙ୍କା ଆବଶ୍ୟକ ବୋଲି ବାତ୍ୟା କ୍ଷୟକ୍ଷତି ସମୀକ୍ଷା ବୈଠକରୁ ଜଣାପଡିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ତଥ୍ୟ ସଂଗ୍ରହ କରି ଉତ୍ତମ ଭାବରେ ଡକୁମେଣ୍ଟେସନ୍‌ କରିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ ବିଭିନ୍ନ ସମ୍ପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ବାତ୍ୟା ସମୟରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଲୋକଙ୍କ ଜୀବନ ସୁରକ୍ଷା କରିଛନ୍ତି । ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଅତି କମ୍‌ ସମୟ ମଧ୍ୟରେ କରାଯାଇପାରିଛି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ସମସ୍ତ କାର୍ଯ୍ୟର ଡକୁମେଣ୍ଟେସନ କରିବାର ଆବଶ୍ୟକତା ସମ୍ପର୍କରେ କହିଥିଲେ । ବାତ୍ୟାର ଲ୍ୟାଣ୍ଡ ଫଲ୍‌ର ପୂର୍ବବର୍ତ୍ତୀ ସମୟର ପ୍ରସ୍ତୁତି, ସ୍ଥାନାନ୍ତର ଏବଂ ପରବର୍ତ୍ତୀ ସମୟରେ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ଡକୁମେଣ୍ଟେସନ କରାଗଲେ, ଏହା ଆଗାମୀ ଦିନରେ ଆମକୁ ବାତ୍ୟା ପରିଚାଳନାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ, ବାତ୍ୟାରେ ସମୁଦାୟ ୧୫୦ଟି ଗାଁରେ ଜଳମଗ୍ନ ହୋଇଥିଲା । ସାମୁଦ୍ରିକ ଲୁଣିପାଣି ଯୋଗୁ ଫସଲ ମଧ୍ୟ କ୍ଷତି ହୋଇଛି ବୋଲି ସେ କହିଥିଲେ । ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ବିଜୁଳି ଓ ପିଇବା ପାଣି ଯୋଗାଇବା ପାଇଁ ୧୦୦୦ଟି ଡିଜି ସେଟ୍‌, ଟ୍ୟାଙ୍କର ଓ ପିଭିସି ଟ୍ୟାଙ୍କ ଆଦି ନିୟୋଜିତ କରାଯାଇଥିଲା । ସ୍ୱତନ୍ତ୍ର ରିଲିଫ କମିଶନର ପିକେ ଜେନା କୃଷି ବିଭାଗର କ୍ଷୟକ୍ଷତି ସମ୍ପର୍କରେ ଆଲୋକପାତ କରି କହିଥିଲେ ଯେ ସମୁଦ୍ରକୂଳ ପ୍ରଭାବିତ ଜିଲ୍ଲା ଗୁଡିକରେ ଲୁଣି ପାଣି ମାଡି ଯିବାରୁ ଆଗାମୀ ଖରିଫ ଫସଲ ପାଇଁ ସମସ୍ୟା ଦେଖାଦେଇଛି । ତେଣୁ ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟ ଓ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ରର ବୈଜ୍ଞାନିକ ମାନଙ୍କୁ ଏହାର ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ କରି ପରାମର୍ଶ ପ୍ରଦାନ କରିବା ପାଇଁ କୁହାଯାଇଛି । ଏହି ବୈଜ୍ଞନିକ ମାନେ ବର୍ତ୍ତମାନ ପ୍ରଭାବିତ ସ୍ଥାନରେ ରହି ପରିସ୍ଥିତିର ଅନୁଧ୍ୟାନ କରୁଛନ୍ତି ଏବଂ ଖୁବଶୀଘ୍ର ରିପୋର୍ଟ ଆସିବ ବୋଲି ସେ କହିଥିଲେ । ବିଭାଗୀୟ ସଚିବ ମାନେ ସେମାନଙ୍କ ବିଭାଗର ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ଶକ୍ତି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ଏଥିରେ ୩୦ ଲକ୍ଷ ଉପଭୋକ୍ତା ପ୍ରଭାବିତ ହୋଇଥିଲେ ଏବଂ ଏଥିରେ ୯୯.୮ ପ୍ରତିଶତ ଉପଭୋକ୍ତାଙ୍କୁ ବର୍ତ୍ତମାନ ସୁଦ୍ଧା ବିଜୁଳି ପୁନଃସଂଯୋଗ କରାଯାଇଛି ବୋଲି ସେ କହିଥିଲେ । ୨୩୦ଟି ଟ୍ରାନ୍ସଫର୍ମର୍‌ ଆଜି ସୁଦ୍ଧା ବଦଳାଯାଇ ନୂଆ ଟ୍ରାନ୍ସଫର୍ମର୍‌ ଲଗାଯିବ ବୋଲି ସୂଚନା ଦିଆଯାଇଥିଲା । ଶକ୍ତି ବିଭାଗର କ୍ଷୟକ୍ଷତିର ପରିମାଣ ୧୫୦ କୋଟି ଟଙ୍କା ବୋଲି ଦର୍ଶାଯାଇଥିଲା । ପଞ୍ଚାୟତିରାଜ
ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ବାତ୍ୟା ସମୟରେ ଓ ପରେ ପାନୀୟ ଜଳ ଯୋଗାଣ ଅବିରତ ଭାବେ ଜାରି ରହିଥିଲା । ବାତ୍ୟା ପ୍ରଭାବିତ ଅଞ୍ଚଳରେ ୧୦ଟି ମୋବାଇଲ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ମୂତୟନ କରାଯାଇଥିଲା । ଏହା ସାରା ଭାରତରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୂଚନା ଦିଆଯାଇଥିଲା । ମଇ ୩୧ ସୁଦ୍ଧା ସମସ୍ତ ଟୁ୍ୟବେୱଲ ଓ ପାଇପ ୱାଟର ପ୍ରକଳ୍ପର ଜଳ ଉତ୍ସ୍ୟକୁ ବିଶୋଧନ କରାଯାଇଥିଲା । ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର, ପଞ୍ଚାୟତ ରୋଡର କ୍ଷୟକ୍ଷତି ପରିମାଣ ୨୭୭ କୋଟି ଟଙ୍କା । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ୮ଟି ସହରାଞ୍ଚଳର ୫୮ଟି ସଡକ ସହିତ ରାସ୍ତାର ଆଲୋକୀକରଣ ବ୍ୟବସ୍ଥା, ଗୋଟିଏ ସେତୁ ଆଦି କ୍ଷତିର ସମ୍ମୁଖୀନ ହୋଇଛି । ବାସୁଦେବପୁର ବ୍ୟତୀତ ୨୪ ଘଣ୍ଟା ମଧ୍ୟରେ ସମସ୍ତ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯାଇଥିଲା ବୋଲି ସୂଚନା ଦିଆଯାଇଥିଲା । ସେହିପରି ଜଳସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଓ ରାସ୍ତାରେ ହୋଇଥିବା ଘାଇ ସମ୍ପର୍କରେ ସୂଚନା ଦିଆଯାଇଥିଲା । ସମୁଦାୟ କ୍ଷତିର ପରିମାଣ ୧୦୮ କୋଟି ଟଙ୍କା । ସେହିପରି ପୂର୍ତ୍ତ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ଯେ ସଡକ ଗୁଡିକୁ ଗଛ କାଟି ତୁରନ୍ତ ଅବରୋଧମୁକ୍ତ କରାଯାଇଥିଲା । ୨୪୬ଟି କ୍ଷତିଗ୍ରସ୍ତ ରାସ୍ତାର ମରାମତି କରାଯାଇଛି । କ୍ଷତିର ପରିମାଣ ୭୫ କୋଟି ଟଙ୍କା । ଗ୍ରାମ୍ୟ ଉନ୍ନୟନ ବିଭାଗ କ୍ଷତିର ପରିମାଣ ୬୦ କୋଟି ଟଙ୍କା ବୋଲି ଦର୍ଶାଯାଇଛି । ବୈଠକରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳମାନେ ସେମାନଙ୍କ ଜିଲ୍ଲାର ଆବଶ୍ୟକତା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରଘୁନାଥଙ୍କ ସ୍ଥାନରେ ଜେଠମାଲନି:  ମୋଦି ସରକାରଙ୍କ ଓଡ଼ିଆ ପ୍ରୀତିର ନମୁନା !

ରଘୁନାଥଙ୍କ ସ୍ଥାନରେ ଜେଠମାଲନି: ମୋଦି ସରକାରଙ୍କ ଓଡ଼ିଆ ପ୍ରୀତିର ନମୁନା !

Read More...

ସିଲେରୁ ନଦୀରେ ଡ଼ଙ୍ଗା ବୁଡ଼ି ଘଟଣା:  ଛ’ଜଣଙ୍କ ଶବ ମିଳିଲା, ଦୁଇ ନିଖୋଜ

ସିଲେରୁ ନଦୀରେ ଡ଼ଙ୍ଗା ବୁଡ଼ି ଘଟଣା: ଛ’ଜଣଙ୍କ ଶବ ମିଳିଲା, ଦୁଇ ନିଖୋଜ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page