ତୃତୀୟ ଲହର ମୁକାବିଲା ପ୍ରସ୍ତୁତି ଆରମ୍ଭ : ଶିଶୁଙ୍କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

June 08, 2021, ଓଡ଼ିଶା, , Anupambharat News Bureau


ତୃତୀୟ ଲହର ମୁକାବିଲା ପ୍ରସ୍ତୁତି ଆରମ୍ଭ :  ଶିଶୁଙ୍କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
Anupambharat News Bureau
June 08, 2021


ଭୁବନେଶ୍ୱର, ୮ା୬(ଅନୁପମ ମିଡ଼ିଆ): କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସମ୍ପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସମ୍ପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତୃତୀୟ ଲହର ପାଇଁ ଗଠିତ ଟେକ୍ନିକାଲ ଟାସ୍କ ଫୋର୍ସ କମିଟିର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ସହ ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ । ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍‌ ହ ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଥିଲେ ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶାପ୍ରକାଶ କରିଥିଲେ । ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍‌ ରେଟ୍‌ ଅଧିକ ଥିବାରୁ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସମ୍ପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ୱିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସମ୍ପୂର୍ଣ୍ଣ ମୁକ୍ତ ହୋଇନାହୁଁ । ତାସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସେହିପରି ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅକ୍‌ସିଜେନ ଯୋଗାଣ ସନ୍ତୋଷଜନକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍ଧରେ ଉନ୍ନତି ଘଟିଛି ବୋଲି କହିଥିଲେ । ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ ହାର କମୁଛି, ସେଠାରେ ପର୍ଯ୍ୟାୟକ୍ରମେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ କରିବା ବିଷୟ ସରକାରଙ୍କ ବିଚରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା
ଦେଇଥିଲେ । ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ରାଜ୍ୟରେ ପିଜିଟିଭିଟି ହାର କମି ଥିବାରୁ ଆଇସିୟୁ ଓ ଅକ୍‌ସିଜେନ ସଂଯୁକ୍ତ ବେଡ୍‌ ଉପରେ ଚାପ ହ ୍ରାସ ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ପି.କେ ମହାପାତ୍ର କହିଥିଲେ ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ଏହାସହିତ ଜୁନ୍‌ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ ସେରୋ ସର୍ଭେ ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ମହାପାତ୍ର ସୂଚନା ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବର୍ତ୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ତଥା ଭୁବନେଶ୍ୱର ଓ କଟକ ମୁ୍ୟନିସିପାଲଟି କମିଶନରଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍‌ପି ମାନେ ଯୋଗ ଦେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କେବଳ ପୁରୀରେ ରଥଯାତ୍ରା

କେବଳ ପୁରୀରେ ରଥଯାତ୍ରା

Read More...

ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ

ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page