ଓଡ଼ିଶା ଛୁଇଁଲା ମୌସୁମୀ: ସାରା ରାଜ୍ୟରେ ପ୍ରବଳ ବର୍ଷିବ

June 10, 2021, ଓଡ଼ିଶା, , Anupambharat News Bureau


ଓଡ଼ିଶା ଛୁଇଁଲା ମୌସୁମୀ: ସାରା ରାଜ୍ୟରେ ପ୍ରବଳ ବର୍ଷିବ
Anupambharat News Bureau
June 10, 2021


ଭୁବନେଶ୍ୱର, ୧୦ା୬(ଅନୁପମ ମିଡ଼ିଆ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି । ମୌସୁମୀ ଏବେ ଓଡ଼ିଶାର ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ବରଗଡ଼, ବଲାଙ୍ଗୀର, ସୋନପୁର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀର କିଛି ଅଂଶକୁ ଛୁଇଁଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ଓଡ଼ିଶାକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି । ଅପରପକ୍ଷରେ ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସମଗ୍ର ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ସୁବର୍ଣ୍ଣପୁର, ବଲାଙ୍ଗୀର, ନୟାଗଡ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ବରଗଡ, ଢେଙ୍କାନାଳ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ଓ ୧୨ ତାରିଖ ରାଜ୍ୟର କିଛି ଜିଲ୍ଲାରେ ଭୀଷଣ ବର୍ଷା ହେବାର ଆଶଙ୍କା ରହିଛି । ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ମଧ୍ୟରେ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ, ସୁବର୍ଣ୍ଣପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ନେଇ ରେଡ୍‌ ୱାର୍ଣ୍ଣିଂ ଜାରୀ କରାଯାଇଛି । େ ସହିପରି ଗଞ୍ଜାମ, କଟକ, ଅନୁଗୁ, , ସମ୍ବଲପୁର, ବରଗଡ, ନବରଙ୍ଗପୁର, ନୂଆପଡା , ମାଲକାନଗିରି, କୋରାପୁଟ ଓ କେନ୍ଦ୍ରାପଡା ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା, ଗଜପତି, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂି ଜାରି କରାଯାଇଛି । ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ମଧ୍ୟରେ ନୂଆପଡା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ , ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନୟାଗଡ, କଟକ, ଢେଙ୍କାନାଳ , ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ ଦେବଗଡ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଏବଂ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ଅକସ୍ମାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ । ସେହିପରି ମାଟିରାସ୍ତା ଧସିଯିବା,ବିପଦସଙ୍କୁଳ ଅବସ୍ଥାରେ ଥିବା କୋଠା କ୍ଷତିଗ୍ରସ୍ତ ହେବା, ପାହାଡ଼ିଆ ଅଞ୍ଚଳରେ ଭୂ-Õଳନ ଓ ମୁ୍ୟନିସିପାଲିଟି ଅଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇପାରେ । ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
‘ୟାସ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ

‘ୟାସ’ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ

Read More...

କେବଳ ପୁରୀରେ ରଥଯାତ୍ରା

କେବଳ ପୁରୀରେ ରଥଯାତ୍ରା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page