ସାରା ଓଡ଼ିଶା ଛୁଇଁଲା ମୌସୁମୀ : ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

June 13, 2021, ଓଡ଼ିଶା, , Anupambharat News Bureau


ସାରା ଓଡ଼ିଶା ଛୁଇଁଲା ମୌସୁମୀ :  ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
June 13, 2021

ଭୁବନେଶ୍ୱର, ୧୩ା୬(ଅନୁପମ ମିଡ଼ିଆ):ସାରା ଓଡିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ମୌସୁମୀ କ୍ରମେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡକୁ ଛୁଇଁବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅପରପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ , ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢ଼େଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ଦେବଗଡ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ବରଗଡ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ଓ ପାହାଡିଆ ଅଞ୍ଚଳରେ ଭୂÕଳନ ହେବାର ସମ୍ଭାବନା ରହିଥିବାରୁ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗୁଣିଗାରେଡି ସନ୍ଦେହ:  ବାପ-ପୁଅକୁ ହତ୍ୟା

ଗୁଣିଗାରେଡି ସନ୍ଦେହ: ବାପ-ପୁଅକୁ ହତ୍ୟା

Read More...

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page