୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

June 14, 2021, ଓଡ଼ିଶା, , Anupambharat News Bureau


୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Anupambharat News Bureau
June 14, 2021


ଭୁବନେଶ୍ୱର, ୧୪ା୬(ଅନୁପମ ମିଡ଼ିଆ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ବର୍ତ୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଆଖପାଖ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ଓଡିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ।
ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼ ଓ ସମ୍ବଲପୁର ସମେତ ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି,କନ୍ଧମାଳ, କୋରାପୁଟ, ମାଲକାନଗିରି, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ପୁରୀ ଓ ବଲାଙ୍ଗୀର ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ୧୫ରୁ ୧୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୁବର୍ଣ୍ଣପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୬ରୁ ୧୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନକଲି ଔଷଧ କାରବାର ଘଟଣା:  କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ନକଲି ଔଷଧ କାରବାର ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

Read More...

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page