୧୬୯୦ କୋଟିର କୋଭିଡ ସହାୟତା: ଉପକୃତ ହେବେ ଚାଷୀ, ଗରିବ ଓ ଛାତ୍ରଛାତ୍ରୀ

June 17, 2021, ଓଡ଼ିଶା, , Anupambharat News Bureau


୧୬୯୦ କୋଟିର କୋଭିଡ ସହାୟତା:   ଉପକୃତ ହେବେ ଚାଷୀ, ଗରିବ ଓ ଛାତ୍ରଛାତ୍ରୀ
Anupambharat News Bureau
June 17, 2021


ଭୁବନେଶ୍ୱର, ୧୭ା୬(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହାଦ୍ୱାରା ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ସହରାଞ୍ଚଳର ଗରିବ ଲୋକ, ଆଦିମ ଜନଜାତି, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଏନ୍‌ଆରଇଜିଏ ଶ୍ରମିକ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ମହାମାରୀ ଦ୍ୱାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । ସାମାଜିକ ତଥା ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀର ଲୋକମାନେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଛନ୍ତି ସେମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି । ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।
ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ୱତନ୍ତ୍ର ସହାୟତା ଦିଆଯିବ । ସେହିପରି କୋଭିଡ ଲକ୍‌ଡାଉନ ସମୟରେ ସହରାଞ୍ଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ଯ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । ଏନଆରଇଜିଏସ୍‌ ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍‌ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପଫମ୍ବର ୨୧ ପର୍ଯ୍ୟନ୍ତ ସେମାନଙ୍କ ପ୍ରି-ମାଟ୍ରିକ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉରେ ସିଧାସଳଖ ଦୁଇଟି ପର୍ଯ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ । ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସ୍ୱତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ । ଏହାଦ୍ୱାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍‌ଲାଇନ ଜରିଆରେ ପାଠ ପଢୁଥିବା ସ୍ୱତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ । ଏହାଦ୍ୱାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ସେହିପରି ୩୪୪ ଜଣ ଅଣ-ଆବାସିକ ଛାତ୍ରଛାତ୍ରୀମାନଙ୍କୁ ଅପ୍ରେଲ ୨୧ରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ୩୭୦ ଟଙ୍କା ଲେଖାଏ ମାସିକ ଅନୁଦାନ ଯୋଗାଇ ଦିଆଯିବ । ଏଥିପାଇଁ ୩ ଲକ୍ଷ ୮୦ ହଜାର ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜିଠୁ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍‌

ଆଜିଠୁ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍‌

Read More...

ଡିଏଲ୍‌ , ଲର୍ଣ୍ଣିଂ ବୈଧତା ସେପେଫମ୍ବର ୩୦ ଯାଏଁ ବୃଦ୍ଧି

ଡିଏଲ୍‌ , ଲର୍ଣ୍ଣିଂ ବୈଧତା ସେପେଫମ୍ବର ୩୦ ଯାଏଁ ବୃଦ୍ଧି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page