ମନରେଗା ଶ୍ରମିକଙ୍କୁ ୩୫୨ କୋଟିର ସହାୟତା

July 09, 2021, ଓଡ଼ିଶା, , Anupambharat News Bureau


ମନରେଗା ଶ୍ରମିକଙ୍କୁ ୩୫୨ କୋଟିର ସହାୟତା
Anupambharat News Bureau
July 09, 2021


ଭୁବନେଶ୍ୱର,୯ା୭ (ଅନୁପମ ମିଡିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଗଲା । ଏହା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଗଲା । ଏହାଦ୍ୱାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଛନ୍ତି ।
ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ୱତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଯ୍ୟ କରିବା ବୋଲି ଆଶା ପ୍ରକାଶ କରିଥିଲେ । ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ୱିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । ଏମଜିଏନଆରଇଜିଏସ୍‌ ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି । କରୋନାର ଦ୍ୱିତୀୟ ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ । ଏହି ଅବସରରେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ଏବଂ ରାଉରକେଲା ବିଧାୟକ ଶ୍ରୀ ସାରଦା ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିକାଶ ଓ ଜନ କଲ୍ୟାଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ୱର ଉଚ୍ଚ ପ୍ରଶଂସା କରିଥିଲେ ।
ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର ଏମଜିଏନଆରଇଜିଏସ୍‌ ଶ୍ରମିକ ମାନେ ଭିଡିଓ କନଫରେନସିଙ୍ଗ ଯୋଗେ ଯୋଡି ହୋଇଥିଲେ । ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ , କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ , କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜର ଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ । ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଯ୍ୟ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ । କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସଚିବ(୫ଟି) ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର , ଉନ୍ନୟନ କମିଶନର , କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ହାସ୍ୟ ଅଭିନେତା ମାଧବ ମୋଘେଙ୍କ ଦେହାନ୍ତ

ହାସ୍ୟ ଅଭିନେତା ମାଧବ ମୋଘେଙ୍କ ଦେହାନ୍ତ

Read More...

ଆଇପିଏସ ସ୍ତରରେ ଅଦଳବଦଳ

ଆଇପିଏସ ସ୍ତରରେ ଅଦଳବଦଳ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page