ଦୁU ଚାଷୀଙ୍କୁ କୋଭିଡ ସହାୟତା : ଏକ ଲକ୍ଷଙ୍କୁ ମିଳିଲା ୧୧ କୋଟି

August 05, 2021, ଓଡ଼ିଶା, , Anupambharat News Bureau


ଦୁU ଚାଷୀଙ୍କୁ କୋଭିଡ ସହାୟତା : ଏକ ଲକ୍ଷଙ୍କୁ ମିଳିଲା ୧୧ କୋଟି
Anupambharat News Bureau
August 05, 2021


ଭୁବନେଶ୍ୱର,୫ା୮(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁU ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ୱାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ଛ’ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି । ସମୁଦାୟ ୧୧ କୋଟି ଟଙ୍କାର ସହାୟତା ଦିଆଯାଇଛି ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍ସରେ ଭାରତର ସଫଳତା ପାଇଁ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି । ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍‌ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା ­ ସମସ୍ତଙ୍କ ଆକାଉଂଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ । ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାଙ୍କ ପୁଷ୍ଟି ସାଧନରେ ଦୁUର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ । ତେଣୁ ଦୁU ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଦୁU ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି । ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁU ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ ।
ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ନବରଂଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ ।
କାର୍ଯ୍ୟକ୍ରମରେ ବରଗଡ, ନବରଙ୍ଗଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ୱତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ବରଗଡରୁ ସତ୍ୟବତୀ ସାହୁ, ନବରଙ୍ଗପୁରରୁ ଖୋକନ ବିଶ୍ୱାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ୱାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍‌ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି । ଦୁU ଚାଷ ଦ୍ୱାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା
କରିଥିଲେ
। ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ କେ. ରଘୁ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆରକେ ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ

ରଙ୍ଗେଇଲୁଣ୍ଡା ଓ ଜୟପୁରରୁ ଉଡ଼ିବ ବିମାନ

Read More...

ବିଧାୟିକାଙ୍କ ଘର ଉପରେ ଆକ୍ରମଣ

ବିଧାୟିକାଙ୍କ ଘର ଉପରେ ଆକ୍ରମଣ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page