ତିନି ଦିନ ଯାଏଁ କାଳବୈଶାଖୀ ସମ୍ଭାବନା

August 10, 2021, ଓଡ଼ିଶା, , Anupambharat News Bureau


ତିନି ଦିନ ଯାଏଁ  କାଳବୈଶାଖୀ ସମ୍ଭାବନା
Anupambharat News Bureau
August 10, 2021


ଭୁବନେଶ୍ୱର, ୧୦ା୮(ଅନୁପମ ମିଡ଼ିଆ): ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, କଟକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ଆଞ୍ଚଳିକ ପାଣିପାାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୧ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ରୁ ୧୩ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଠିକ୍‌ ସମୟରେ ହେବ ପଞ୍ଚାୟତ ନିର୍ବାଚନ

ଠିକ୍‌ ସମୟରେ ହେବ ପଞ୍ଚାୟତ ନିର୍ବାଚନ

Read More...

୨୩ରୁ ଏକକ ପିଜି ଏଣ୍ଟ୍ରାନ୍ସ

୨୩ରୁ ଏକକ ପିଜି ଏଣ୍ଟ୍ରାନ୍ସ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page