ଅଲିମ୍ପିକ୍ସ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

August 11, 2021, ଓଡ଼ିଶା, , Anupambharat News Bureau


ଅଲିମ୍ପିକ୍ସ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
Anupambharat News Bureau
August 11, 2021


ଭୁବନେଶ୍ୱର, ୧୧ା୮(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦ୍ୟ ଅନୁଷ୍ଠିତ ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିଥିବା ଚାରି ଓଡ଼ିଆ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଓଡ଼ିଶାରୁ ଭାରତୀୟ ହକି ଟିମରେ ଥିବା ୨ଜଣ ପୁରୁଷ ହକି ଖେଳାଳି ଏବଂ ୨ଜଣ ମହିଳା ହକି ଖେଳାଳିଙ୍କୁ କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧନା ଦିଆଯାଇଛି । ପୁରୁଷ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ୨.୫କୋଟି ଟଙ୍କାର ପୁରସ୍କାର ରାଶି ଦିଆଯାଇଥିବା ବେଳେ ରାଜ୍ୟ ପୋଲିସ ବିଭାଗରେ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବରେ ନିଯୁକ୍ତି ପାଇଁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ଭାରତୀୟ ଦଳରେ ଖେଳିଥିବା ୨ଜଣ ମହିଳା ହକି ଖେଳାଳି ନମିତା ଟେªା ଓ ଦୀପ୍‌ଗ୍ରେସ୍‌ ଏMାଙ୍କୁ ୫୦ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଛନ୍ତି । ଏହି ଅବସରରେ ସେ ଟୋକିଓ ଅଲିମ୍ପିକ୍ସରେ ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରଦର୍ଶନକୁ ଭୂୟସୀ ପ୍ରଶଂସା କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ଓ ଯୁବ ସେବା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କୀ ଏବଂ ୫ଟି ସଚିବ ଭିକେ ପାଣ୍ଡିଆନ୍‌ ଏହି ସମାରୋହରେ ଉପସ୍ଥିତ ରହିଥିଲେ । ଏଥିରେ ସ୍ପୋର୍ଟସ ହଷ୍ଟେଲର ହକି ଖେଳାଳିମାନେ ମଧ୍ୟ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ:  କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ: କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

Read More...

ଜଗାଦର୍ଶନ ଲାଗି ପରିଚୟପତ୍ର ବାଧ୍ୟତାମୂଳକ

ଜଗାଦର୍ଶନ ଲାଗି ପରିଚୟପତ୍ର ବାଧ୍ୟତାମୂଳକ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page