ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ: କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

August 11, 2021, ଓଡ଼ିଶା, , Anupambharat News Bureau


ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ:  କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ
Anupambharat News Bureau
August 11, 2021


ଭୁବନେଶ୍ୱର, ୧୧ା୮(ଅନୁପମ ମିଡ଼ିଆ): ଜାତିଭିତ୍ତିିକ ଜନଗଣନା ସହ ୫୦%ରୁ ଊର୍ଦ୍ଧ୍ୱ ସଂରକ୍ଷଣ ବ୍ୟବସ୍ଥା ପାଇଁ ଆଇନ ଆଣିବାକୁ ଦାବି କରିଛି ବିଜେଡି । ଏନେଇ ବୁଧବାର ଉଭୟ ଲୋକସଭା ଓ ରାଜ୍ୟସଭାର ବିଜେଡି ସାଂସଦମାନେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ।
ଓଡ଼ିଶା ପରି ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଆଦି ବିଭିନ୍ନ ବର୍ଗକୁ ମିଶିଲେ ପାଖାପାଖି ୩୯ ପ୍ରତିଶତ ସଂରକ୍ଷଣସ ସୀମା ଟପିଯାଉଛି । ଓବିସିଙ୍କୁ ୨୭ ପ୍ରତିଶତ ସଂରକ୍ଷଣ କେମିତି ଦିଆଯିବ । ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ବେଞ୍ଚ ସର୍ବୋଚ୍ଚ ସଂରକ୍ଷଣ ସୀମା ସର୍ବାଧିକ ୫୦ ପ୍ରତିଶତ ଧାର୍ଯ୍ୟ କରିଛନ୍ତି । ଏଣୁ ଓଡ଼ିଶା ଭଳି ରାଜ୍ୟରେ ମାତ୍ର ୧୧ ପ୍ରତିଶତ ଓବିସି ଲାଭ ପାଇପାରିବେ । ଗତକାଲି ସଂସଦରେ ଓବିସି ସଂଶୋଧନ ବିଲ୍‌ ଆଲୋଚନା ବେଳେ ୫୦ ପ୍ରତିଶତ ସଂରକ୍ଷଣ ସୀମା ହଟାଇବା ପାଇଁ ଦାବି ହୋଇଥିଲା । ବିଜେଡି ସହ ଶିବସେନା ସାଂସଦ ଏନେଇ ଦାବି କରିଥିଲେ । ଏହାପରେ ଆଜି କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ବିଜେଡି ସାଂସଦ ଭେଟି ଏନେଇ ଦାବିପତ୍ର ପ୍ରଦାନ କରିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>

Read More...

ଅଲିମ୍ପିକ୍ସ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଅଲିମ୍ପିକ୍ସ ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page