ସାଢ଼େ ତିନି କୋଟିଙ୍କୁ ମିଳିବ ସ୍ମାର୍ଟ ହେଲଥ୍‌ କାର୍ଡ: ମୁଖ୍ୟମନ୍ତ୍ରୀ

August 16, 2021, ଓଡ଼ିଶା, , Anupambharat News Bureau


ସାଢ଼େ ତିନି କୋଟିଙ୍କୁ ମିଳିବ ସ୍ମାର୍ଟ ହେଲଥ୍‌ କାର୍ଡ: ମୁଖ୍ୟମନ୍ତ୍ରୀ
Anupambharat News Bureau
August 16, 2021



ଭୁବନେଶ୍ୱର ,୧୬ (ଅନୁପମ ମିଡ଼ିଆ): ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଆଜି ରାଜଧାନୀ ଭୁବନେଶ୍ୱରର ୟୁନିଟ୍‌-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ପାଳିତ ହୋଇଯାଇଛି । କୋଭିଡ୍‌ ମାର୍ଗଦର୍ଶିକାର ଅନୁପାଳନ ଅନୁଯାୟୀ ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ ପରେ ଓଡ଼ିଶା ସ୍ୱତନ୍ତ୍ର ସଶସ୍ତ୍ର ବଳ, ଓଡ଼ିଶା ସ୍ୱତନ୍ତ୍ର ସୁରକ୍ଷା ବଳ, ଓଡ଼ିଶା ବିପର୍ଯ୍ୟୟ ତ୍ୱରିତ କାର୍ଯ୍ୟନିର୍ବାହୀ ବଳ ଓ ପୋଲିସ ବ୍ୟାଣ୍ଡଙ୍କଠାରୁ ମୁଖ୍ୟମନ୍ତ୍ରୀ ଅଭିବାଦନ ଗ୍ରହଣ କରିଥିଲେ ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଅନ୍ୟ ବରପୁତ୍ରମାନଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଦେଶର ଅଖଣ୍ଡତା ଓ ଶାନ୍ତି ରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଜବାନ ଏବଂ କରୋନା ଲଢ଼େଇରେ ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାମାନଙ୍କ ପ୍ରତି ମଧ୍ୟ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ସାରା ଓଡିଶା ମୋ ପରିବାର । ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ । ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ମୋତେ ବହୁତ କଷ୍ଟ ଲାଗେ ।’ ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଥିଲେ ଯେ ଏଥିପାଇଁ ରାଜ୍ୟର ୯୬ ଲକ୍ଷ ପରିବାର, ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ । ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ । ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତ୍ୟୋଦୟ ହିତାଧିକାରୀ, ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ । ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲ ଚେନ୍‌ ମାନଙ୍କରେ ମାଗଣାରେ ଚିକିତ୍ସା ସୁବିଧା ମିଳିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ସାରା ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ । ମୋର ବିଶ୍ୱାସ, ମୋର ପ୍ରିୟ ଓଡିଶାବାସୀଙ୍କୁ ସ୍ୱାସ୍ଥ୍ୟ ନିରାପାକୁ ଆହୁରି ସୁଦୃଢ କରିବାରେ ଏହି ବ୍ୟବସ୍ଥା ବିଶେଷ ସାହାଯ୍ୟ କରିବ । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ । ସେ ପୁଣି କହିଥିଲେ ଯେ ୪୦ ବର୍ଷର ବ୍ୟବଧାନ ପରେ ଭାରତୀୟ ହକି ଟୋକିଓ ଅଲମ୍ପିକ୍‌ସ ରେ ପଦକ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିବା ସହ ଆମ ଖେଳାଳିଙ୍କ ପାଇଁ ସାରା ଦେଶ ଗର୍ବିତ ବୋଲି କହିଥିଲେ । ଭାରତୀୟ ହକି ଦଳକୁ ବିଶ୍ୱର ଶ୍ରେଷ୍ଠ ଦଳ ଭାବରେ ଗଢିତୋଳିବା ପାଇଁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କୋଭିଡ ମହାମାରୀକୁ ବିଶ୍ୱ ଇତିହାସର ସବୁଠାରୁ ବଡ ସ୍ୱାସ୍ଥ୍ୟ ସମସ୍ୟା ଭାବରେ ବର୍ଣ୍ଣନା କରି ଏହାର ମୁକାବିଲାରେ ମାନବ ଜାତି ନିଶ୍ଚୟ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । କୋଭିଡ ସମୟରେ ଦେଶର ୧୭ଟି ରାଜ୍ୟକୁ ଦୁଇ ମାସ ଧରି ମେଡିକାଲ ଅକ୍‌ସିଜେନ ନିରନ୍ତର ଭାବରେ ଯୋଗାଇ ଓଡିଶା ବହୁ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ଏହା ଓଡିଶା ପାଇଁ ଗର୍ବର ବିଷୟ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ସମାପ୍ତ ହେବା ପରେ ପରେଡ୍‌ କମାଣ୍ଡର କ ୍ୱାମୀନାରା ଓ ଜୟହିନ୍ଦ୍‌ର ଧ୍ୱନୀ ଦେଇଥିଲେ । ଉତ୍ସବସ୍ଥଳରୁ ସମସ୍ତ ପ୍ୟାରେଡ୍‌ ଦଳ ପ୍ରସ୍ଥାନ କରିଥିଲେ ଓ ମୁଖ୍ୟମନ୍ତ୍ରୀ ମଞ୍ଚରୁ ପ୍ରସ୍ଥାନ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସ୍ୱରାଷ୍ଟ୍ର ବିଭାଗ ସଞ୍ଜୀବ ଚୋପ୍ରା, ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ଉପମହାନିର୍ଦ୍ଦେଶକ କମୋଡର ସୋମେନ୍‌ ବାନାର୍ଜୀ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇଥିଲେ । ଉନ୍ନୟନ କମିଶନର ପ୍ରଦୀପ ଜେନା, ରାଜ୍ୟ ପ୍ରଶାସନର ବରିଷ୍ଠ ପଦାଧିକାରୀବୃନ୍ଦ, ୩୦ ଜଣ
କୋଭିଡ୍‌ ଯୋଦ୍ଧାଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-‘ଟି’) ଭିକେ ପାଣ୍ଡିଆନ୍‌, ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଏବଂ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସେପେଫମ୍ବର ପହିଲାରୁ  ବିଧାନସଭା ମୌସୁମୀ ଅଧିବେଶନ

ସେପେଫମ୍ବର ପହିଲାରୁ ବିଧାନସଭା ମୌସୁମୀ ଅଧିବେଶନ

Read More...

ରାସ୍ତାରୁ ହଟିବ ପୁରୁଣା ଗାଡ଼ି

ରାସ୍ତାରୁ ହଟିବ ପୁରୁଣା ଗାଡ଼ି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page