ଦୁଇ ଦିନ ବର୍ଷା ସମ୍ଭାବନା

September 11, 2021, ଓଡ଼ିଶା, , Anupambharat News Bureau


ଦୁଇ ଦିନ ବର୍ଷା ସମ୍ଭାବନା
Anupambharat News Bureau
September 11, 2021


ଭୁୁବନେଶ୍ୱର, ୧୧ା୯(ଅନୁପମ ମିଡ଼ିଆ): ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଶନିବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨-୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଉତ୍ତର ଛତିଶଗଡ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାସହ, ୪୮ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ଆସନ୍ତାକାଲି (ରବିବାର)ଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ଅରେ ଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇପାରେ । ଏହିସମୟ ମଧ୍ୟରେ ଗଞ୍ଜାମ, ବାଲେଶ୍ୱର, ନୟାଗଡ, ଅନୁଗୁଳ , ବୌଦ୍ଧ, ସମ୍ବଲପୁର, ସୋନପୁର , ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୩ରୁ ୧୪ ତାରିଖ ମଧ୍ୟରେ ଅନୁଗୁଳ, ଦେବଗଡ , କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସମୟ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୂଆପଡା, କଟକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ , ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
କୌଣସି ନଦୀରେ ବନ୍ୟା ଆଶଙ୍କା ନାହିଁ

କୌଣସି ନଦୀରେ ବନ୍ୟା ଆଶଙ୍କା ନାହିଁ

Read More...

ସୀମା ବିବାଦ : ପଡୋଶୀ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୁଅନ୍ତୁ ନବୀନ: ବିଜେପି

ସୀମା ବିବାଦ : ପଡୋଶୀ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୁଅନ୍ତୁ ନବୀନ: ବିଜେପି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page