ଚାରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

September 21, 2021, ଓଡ଼ିଶା, , Anupambharat News Bureau


ଚାରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
Anupambharat News Bureau
September 21, 2021


ଭୁବନେଶ୍ୱର,୨୧ା୯(ଅନୁପମ ମିଡ଼ିଆ): ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକାରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏଥିଯୋଗୁଁ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାର ବିଭିନ୍ନସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଢ଼େଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୨ରୁ ୨୩ ତାରିଖ ମଧ୍ୟରେ ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର , ଦେବଗଡ ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲକାନଗିରି , କୋରାପୁଟ, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୨୦୨୨ରୁ ଏନ୍‌ଡିଏରେ ସାମିଲ ହେବେ ମହିଳା  :ସୁପ୍ରିମକୋର୍ଟରେ କେନ୍ଦ୍ରର ସତ୍ୟପାଠ

୨୦୨୨ରୁ ଏନ୍‌ଡିଏରେ ସାମିଲ ହେବେ ମହିଳା :ସୁପ୍ରିମକୋର୍ଟରେ କେନ୍ଦ୍ରର ସତ୍ୟପାଠ

Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜାତିସଂଘ ପ୍ରତିନିଧି : ମହିଳା ସଶକ୍ତିକରଣ ପ୍ରଚେଷ୍ଟାକୁ ପ୍ରଶଂସା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜାତିସଂଘ ପ୍ରତିନିଧି : ମହିଳା ସଶକ୍ତିକରଣ ପ୍ରଚେଷ୍ଟାକୁ ପ୍ରଶଂସା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page