ଓଡ଼ିଶାରେ ଜାତିସଂଘ ପ୍ରତିନିଧି : ଏସ୍‌ଏଚ୍‌ଜିଙ୍କୁ ଦିଆଯିବ ଡିଜିଟାଲ ମାର୍କେଟିଂ ତାଲିମ

September 21, 2021, ଓଡ଼ିଶା, , Anupambharat News Bureau


ଓଡ଼ିଶାରେ ଜାତିସଂଘ ପ୍ରତିନିଧି : ଏସ୍‌ଏଚ୍‌ଜିଙ୍କୁ ଦିଆଯିବ ଡିଜିଟାଲ ମାର୍କେଟିଂ ତାଲିମ
Anupambharat News Bureau
September 21, 2021


ଭୁବନେଶ୍ୱର,୨୧ା୯(ଅନୁପମ ମିଡ଼ିଆ): ମିଳିତ ଜାତିସଂଘ ମହିଳା ଭାରତ ପ୍ରତିନିଧି ସୁସାନ ଜେନ୍‌ ଫର୍ଗୁସନ୍‌ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତରେ ଆସି ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗଚୀଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି । ଏହି ଅବସରରେ ବାଗଚୀ ରାଜ୍ୟ ସରକାର ମହିଳାଙ୍କ ପାଇଁ ଦକ୍ଷତା ବିକାଶ କ୍ଷେତ୍ରରେ ନେଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ପ୍ରତିନିଧି ଦଳର ସଦସ୍ୟମାନଙ୍କୁ ଅବଗତ କରାଇଛନ୍ତି । ଏହି ଅବସରରେ ଫର୍ଗୁସନ୍‌ ଓଡ଼ିଶା ସରକାର ଏବଂ ଜାତିସଂଘ ମହିଳାଙ୍କ ମଧ୍ୟରେ ସହଭାଗିତାକୁ ଉଚ୍ଚ ପ୍ରଶଂସା କରିଛନ୍ତି । ମିଶନ ଶକ୍ତି ମାଧ୍ୟମରେ ମହିଳା ସଶକ୍ତିକରଣ ବାବଦରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ପ୍ରଶଂସା କରିବା ସହିତ ଜାତିସଂଘ ମହିଳା ରାଜ୍ୟ ସରକାରଙ୍କ ସହ ବିଶେଷ କରି ଶିକ୍ଷା ଓ ବୃତ୍ତିଗତ ପ୍ରଶିକ୍ଷଣରେ ଦ୍ୱିତୀୟ ସୁଯୋଗ ପ୍ରଦାନ (ସେକଣ୍ଡ ଚାନ୍ସ ଏଜୁକେସନ ଏଣ୍ଡ ଭୋକେସନାଲ ଲର୍ଣ୍ଣିଂ) ମାଧ୍ୟମରେ ଏକ ଶକ୍ତିଶାଳୀ ଅଂଶୀଦାର ହେବାକୁ ଚାହାଁନ୍ତି ବୋଲି ସେ ପ୍ରକାଶ କରିଥିଲେ । ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଜାତିସଂଘ ମହିଳାଙ୍କ ସହ ବିଭିନ୍ନ ପଦକ୍ଷେପ ନେଇ ସହଭାଗିତା ନିମନ୍ତେ ଏକ ବୁଝାମଣାପତ୍ର ସମ୍ପାଦନ କରିଛନ୍ତି । ବୁଝାମଣାର ଅଂଶ ଭାବରେ ଓଡିଶାର ଦଶଟି ଆକାଂକ୍ଷୀ ଜିଲ୍ଲାରେ ମିଶନ ଶକ୍ତି ବିଭାଗ ଅଧୀନରେ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ସେମାନଙ୍କ ଉତ୍ପାଦର ଅନଲାଇନ୍‌ ବିକ୍ରୟ ପାଇଁ ଇ-କମର୍ସ ପ୍ଲାଟଫର୍ମ ସହିତ ସଂଯୋଗକୁ ସୁଗମ କରିବା ପାଇଁ ଡିଜିଟାଲ ମାର୍କେଟିଂ ଏବଂ ଔଦ୍ୟୋଗିକତା ଉପରେ ତାଲିମ ପ୍ରଦାନ କରାଯିବ । ଜାତିସଂଘ ମହିଳା ସରକାରୀ ଆଇଟିଆଇ ବାଲେଶ୍ୱର, ବ୍ରହ୍ମପୁର ଏବଂ ରାଉରକେଲାରେ ମହିଳା ଫୁଟବଲ ଦଳ ଏବଂ ଗୋପବନ୍ଧୁ ଆଇଟିଆଇ, କୋରାପୁଟ ଓ ସରକାରୀ ଆଇଟିଆଇ, ବଲାଙ୍ଗୀରଠାରେ ଭଲିବଲ କୋର୍ଟ ନିମନ୍ତେ ସହଯୋଗ କରିବ । ଭୁବନେଶ୍ୱରସ୍ଥିତ ୱାଲର୍ଡ ସ୍କିଲ୍‌ ସେଣ୍ଟରରେ ମହିଳାଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ନେଇ ନୀତି, ପାଠ୍ୟକ୍ରମ ଏବଂ ନିଯୁକ୍ତି ନିମନ୍ତେ କାର୍ଯ୍ୟ ଆରମ୍ଭ ହେବ । ମୟୂରଭଞ୍ଜ, ରାୟଗଡା ଏବଂ ଢେଙ୍କାନାଳ ଜିଲ୍ଲାର ସରକାରୀ ଆଇଟିଆଇ ଏବଂ ପଲିଟେକ୍‌ନିକ୍‌ ମାନଙ୍କରେ ସେକଣ୍ଡ ଚାନ୍ସ ଏଜୁକେସନ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରାଯାଇଛି ।ଏହି ପ୍ରତିନିଧି ଦଳ ମଞ୍ଚେଶ୍ୱରସ୍ଥିତ ୱାର୍ଲଡ ସ୍କିଲ୍‌ ସେଣ୍ଟର ପରିଦର୍ଶନ କରି ଓଏସ୍‌ଡିଏ ସିଇଓ ତଥା ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜିଙ୍କ ସହ ସାକ୍ଷାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଷ୍ଟ୍ରୀୟ କାର୍ଯ୍ୟକ୍ରମ ପ୍ରବନ୍ଧକ, ଏସ୍‌ସିଇ, ଜାତିସଂଘ ମହିଳା,କାନ୍ତା ସିଂ, ବୈଷୟିକ ପରାମର୍ଶଦାତା (ଜେଣ୍ଡର) ସ୍ମିତା ଜଗଦେବ ଏବଂ ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଘରେ ଲାଗିବ ସ୍ମାର୍ଟ ମିଟର

ଘରେ ଲାଗିବ ସ୍ମାର୍ଟ ମିଟର

Read More...

୬୪୦.୬୫ କୋଟିର ପ୍ରକଳ୍ପ ମଞ୍ଜୁର : ୧୧ ସହରରେ ପ୍ରତିଷ୍ଠା ହେବ ଇନଡୋର ଷ୍ଟାଡିୟମ୍‌

୬୪୦.୬୫ କୋଟିର ପ୍ରକଳ୍ପ ମଞ୍ଜୁର : ୧୧ ସହରରେ ପ୍ରତିଷ୍ଠା ହେବ ଇନଡୋର ଷ୍ଟାଡିୟମ୍‌

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page