ଦେବଗଡ଼ରେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ

October 09, 2021, ଓଡ଼ିଶା, , Anupambharat News Bureau


ଦେବଗଡ଼ରେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ
Anupambharat News Bureau
October 09, 2021


ଭୁବନେଶ୍ୱର, ୯ା୧୦(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୨ ଲକ୍ଷ ୭୦ ହଜାର ଲୋକ ଏହି ସୁବିଧା ପାଇବେ । ପୂର୍ବରୁ ରାଜ୍ୟର ୫ଟି ଜିଲ୍ଲା ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି ।
ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେବଗଡ ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ ଏବଂ ଏହା ଓଡିଶା ପାଇଁ ପ୍ରକୃତିର ଏକ ବରଦାନ । ପ୍ରଶାସନକୁ ଲୋକଙ୍କ ନିକଟକୁ ନେବା ପାଇଁ ବିଜୁ ବାବୁ ଏହାକୁ ଏକ ସ୍ୱତନ୍ତ୍ର ଜିଲ୍ଲା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିଜୁବାବୁଙ୍କ ମହାନ ଉଦ୍ଦେଶ୍ୟକୁ ଆଖିରେ ରଖି ରାଜ୍ୟ ସରକାର ଦେବଗଡରେ ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଥିଲେ । ଏହା ସହିତ ଦେବଗଡରେ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଶିଳାନ୍ୟାସ ରଖିଥିଲେ । ଏଥିପାଇଁ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ । ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ , ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ସେମାନଙ୍କ ଭାଷଣରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ବିଶେଷ କରି ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ଯୋଜନା ଦେଶରେ ଓଡ଼ିଶାର ସମ୍ମାନ ବଢାଇଛି ବୋଲି ମତ ଦେଇଥିଲେ । ବିଧାୟକ ସୁବାସ ପାଣିଗ୍ରାହୀ ଏହି ସ୍ମାର୍ଟ ହେଲ୍‌ଥ୍‌ କାର୍ଡ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲାର ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ମନ୍ତ୍ରୀ ସୁଶାନ୍ତ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପାର୍ବଣରେ କଟକଣା ନମାନିଲେ ଗିରଫ : ଟ୍ୱିନ୍‌ ସିଟିରେ ଆଜିଠୁ ରାତି ୮ରୁ କର୍ଫୁ୍ୟ

ପାର୍ବଣରେ କଟକଣା ନମାନିଲେ ଗିରଫ : ଟ୍ୱିନ୍‌ ସିଟିରେ ଆଜିଠୁ ରାତି ୮ରୁ କର୍ଫୁ୍ୟ

Read More...

କୃଷି କନକ୍ଲେଭ ଉଦ୍‌ଘାଟିତ :ମଧ୍ୟସ୍ଥିଙ୍କୁ ହଟାଇବାକୁ ପଡ଼ିବ: ନବୀନ

କୃଷି କନକ୍ଲେଭ ଉଦ୍‌ଘାଟିତ :ମଧ୍ୟସ୍ଥିଙ୍କୁ ହଟାଇବାକୁ ପଡ଼ିବ: ନବୀନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page