ତିନି ଦିନ ବର୍ଷା ସମ୍ଭାବନା

October 17, 2021, ଓଡ଼ିଶା, , Anupambharat News Bureau


ତିନି ଦିନ ବର୍ଷା ସମ୍ଭାବନା
Anupambharat News Bureau
October 17, 2021


ଭୁବନେଶ୍ୱର, ୧୭ା୧୦(ଅନୁପମ ମିଡ଼ିଆ): ­ ଲଘୁଚାପ ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି । ଗତକାଲି ସୃଷ୍ଟିି ହୋଇଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ତେଲେଙ୍ଗାନା ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ଓ ଅଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ଲାଗି ରହିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସାତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ , କେନ୍ଦ୍ରାପଡା ଓ ଜଗତସିଂହପୁର । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଅନୁଗୁଳ , ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୮ ତାରିଖରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର ,
ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର , ଦେବଗଡ , ଅନୁଗୁଳ , ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମମିତାଙ୍କୁ ଅପହରଣ ପରେ ହତ୍ୟା

ମମିତାଙ୍କୁ ଅପହରଣ ପରେ ହତ୍ୟା

Read More...

ଦୁଇ ଶ୍ରମିକଙ୍କୁ ଗୁଳି କଲେ ଆତଙ୍କବାଦୀ

ଦୁଇ ଶ୍ରମିକଙ୍କୁ ଗୁଳି କଲେ ଆତଙ୍କବାଦୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page