ଚାରି ଜିଲ୍ଲାରେ ପ୍ରବଳ ବର୍ଷା !

October 19, 2021, ଓଡ଼ିଶା, , Anupambharat News Bureau


ଚାରି ଜିଲ୍ଲାରେ  ପ୍ରବଳ ବର୍ଷା !
Anupambharat News Bureau
October 19, 2021


ଭୁବନେଶ୍ୱର, ୧୯ା୧୦(ଅନୁପମ ମିଡ଼ିଆ): ଗତକାଲି ପଶ୍ଚିମବଙ୍ଗ ଓ ତତସଂଲଗ୍ନ ଉତ୍ତର ଓଡ଼ିଶା ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ବିହାର ଓ ଅଞ୍ଚଳ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ଚାରିଟି ଜିଲ୍ଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ରହିଛି । ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 ଅନୁସୁଚିତ ଜନଜାତି ପ୍ରସଙ୍ଗ  :  ବିଜେପି-ବିଜେଡି କଥା କଟାକଟି

ଅନୁସୁଚିତ ଜନଜାତି ପ୍ରସଙ୍ଗ : ବିଜେପି-ବିଜେଡି କଥା କଟାକଟି

Read More...

କଏଦୀଙ୍କ ଉପରେ ନଜର ରଖିବ ଡ୍ରୋନ୍‌

କଏଦୀଙ୍କ ଉପରେ ନଜର ରଖିବ ଡ୍ରୋନ୍‌

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page