‘ରକ୍ଷକ’ ଉଦ୍‌ଘାଟିତ

November 10, 2021, ଓଡ଼ିଶା, , Anupambharat News Bureau


  ‘ରକ୍ଷକ’ ଉଦ୍‌ଘାଟିତ
Anupambharat News Bureau
November 10, 2021


ଭୁବନେଶ୍ୱର, ୧୦ା୧୧(ଅନୁପମ ମିଡ଼ିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି ।
ରାଜ୍ୟ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (ଫାଷ୍ଟ ରେସପଣ୍ଡର) ତାଲିମ ପାଇବେ । ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ । ଏହାଦ୍ୱାରା ସଡ଼କ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତି ମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ମିଳିପାରିବ ଓ ଅନେକ ଜୀବନ ବଞ୍ଚାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣା କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ । ଏହା ସମାଜର କ୍ଷତି । ଅର୍ଥନୀତିର ମଧ୍ୟ ବଡ କ୍ଷତି । ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର । ଏ କ୍ଷେତ୍ରରେ ଡ୍ରାଇଭର ମାନଙ୍କର ଯେତିକି ଦାୟିତ୍ୱ, ସଡକ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ୱ । ତା ସହିତ ଦୁର୍ଘଟଣା ସ୍ଥଳରେ ଥିବା ଅନ୍ୟ ଲୋକମାନଙ୍କର ମଧ୍ୟ ବିଶେଷ ଦାୟିତ୍ୱ ରହିଛି । ତେଣୁ ସେମାନେ ସାମାନ୍ୟ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ଅନେକ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ ବୋଲି ସେ କହିଥିଲେ ।
ତାଲିମ ବ୍ୟବସ୍ଥା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ହେଉଛନ୍ତି ଜଣେ ଜଣେ ଉତ୍ତମ ନାଗରିକ । ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏହି ସମୟରେ ଆମେ ଯଦି ତୁରନ୍ତ ଚିକିତ୍ସାଓକରିବା, ତେବେ ଆମେ ଅନେକ ଜୀବନ ରକ୍ଷା କରିପାରିବା ବୋଲି ସେ କହିଥିଲେ । ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବା ଠାରୁ ବଡ ପୁଣ୍ୟ କିଛି ନାହିଁ । ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକ ମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି । ଏହାସହିତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବିଭିନ୍ନ ଏନଜିଓ ମାନେ ସଡକ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ । ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତୁ୍ୟ ସଂଖ୍ୟା କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ରାଜ୍ୟସ୍ତରରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ବୋଲି କହିଥିଲେ । ତାଲିମ କାର୍ଯ୍ୟକ୍ରମ ଶେଷ ହେବା ପରେ ସଡକ ସୁରକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ଆସିପାରିବ ବୋଲି
ମୁଖ୍ୟମନ୍ତ୍ରୀ କହିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ସେ୍ୱଚ୍ଛାସେବୀ, ରେଡକ୍ରସ ଓ ଅନ୍ୟାନ୍ୟ ସଂସ୍ଥା ମାନଙ୍କୁ ମୁଖ୍ୟମନ୍ତ୍ର ଧନ୍ୟବାଦ ଦେଇ ଜୀବନ ରକ୍ଷା କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର େୱବସାଇଟ ଉଦ୍‌ଘାଟନ କରିଥିଲେ । ତାଲିମରେ ଯୋଗ ଦେଇଥିବା ଫାଷ୍ଟ ରେସପଣ୍ଡର ମାନଙ୍କୁ କିଟ୍‌ ଓ ଟି-ସାର୍ଟ ବଣ୍ଟନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସଡକ ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।
ବିଭାଗୀୟ ପ୍ରମୁଖ ସଚିବ ମଧୁସୂଦନ ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପରିବହନ କମିଶନର ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୧୫ରୁ ଖୋଲିବ  ଷଷ୍ଠ ଓ ସପ୍ତମ ଶ୍ରେଣୀ

୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

Read More...

 ବାହା ହେଲେ ନୋବେଲ ବିଜେତା ମଲାଲା

ବାହା ହେଲେ ନୋବେଲ ବିଜେତା ମଲାଲା

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page