ଅତ୍ୟାଧୁନିକ ଓମ୍‌ଫେଡ୍‌ ପ୍ଲାଣ୍ଟ ଆରମ୍ଭ : ଚାଷୀଙ୍କ ରୋଜଗାର ବଢିବ :ମୁଖ୍ୟମନ୍ତ୍ରୀ

November 10, 2021, ଓଡ଼ିଶା, , Anupambharat News Bureau


ଅତ୍ୟାଧୁନିକ ଓମ୍‌ଫେଡ୍‌ ପ୍ଲାଣ୍ଟ ଆରମ୍ଭ : ଚାଷୀଙ୍କ ରୋଜଗାର ବଢିବ :ମୁଖ୍ୟମନ୍ତ୍ରୀ
Anupambharat News Bureau
November 10, 2021


ଭୁବନେଶ୍ୱର, ୧୦ା୧୧(ଅନୁପମ ମିଡ଼ିଆ): କଟକ ଜିଲ୍ଲାର ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡ୍‌ର ଅତ୍ୟାଧୁନିକ ଦୁU ପ୍ରକ୍ରିୟାକରଣ କାରଖାନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟା କରଣ କରାଯିବ ଏବଂ ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁU ଗୁଣ୍ଡ ଉତ୍ପାଦିତ ହେବ । ଏହା ସହିତ ଉଚ୍ଚମାନର ଦହି, ଦୁU, ଲହୁଣି, ଲସି, ଘିଅ, ପନୀର ଓ ଫ୍ଲେବରଡ୍‌ ମିá ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ ।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଓମ୍‌ଫେଡ୍‌ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁU ଚାଷୀଙ୍କର ନିଜ ଅନୁଷ୍ଠାନ । ଏହାର ବିକାଶରେ ସବୁ ଚାଷୀ ଭାଇ ଭଉଣୀ ମାନଙ୍କର ଅବଦାନ ରହିଛି । ଓମ୍‌ଫେଡ୍‌ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି । ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ ଦ୍ୱାରା ଚାଷୀ ମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ଆମର ସବୁ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ହେଉଛି ଚାଷୀ ଭାଇର ରୋଜଗାର ବଢାଇବା । ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ରାଜ୍ୟରେ ଡାଇରୀ ଫାର୍ମ ଓ ପ୍ରୋସେସିଂ ୟୁନିଟ୍‌ ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି । ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଥିଲେ ।
ପୁଷ୍ଟି ନିରାପତାରେ ଦୁUର ଗୁରୁତ୍ୱ ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଦୁU ଉତ୍ପାଦନ ବୃଦ୍ଧି ପାଇଁ ଆହ୍ୱାନ ଜଣାଇଥିଲେ ଏବଂ ଶେ୍ୱତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ରାଜ୍ୟରେ ଓମ୍‌ଫେଡ୍‌ର ଦୁU ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ସୂଚନାଯୋଗ୍ୟ ଯେ ଗତ ଦୁଇ ଦଶକରେ ରାଜ୍ୟରେ ଦୁU ଉତ୍ପାଦନ ତିନିଗୁଣ ବୃଦ୍ଧି ପାଇଛି । ୨୦୦୦ ମସିହାରେ ରାଜ୍ୟରେ ଦୁU ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌ କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଓମ୍‌ଫେଡ୍‌ ଦ୍ୱାରା ଦୈନିକ ସଂଗୃହିତ ୫ ଲକ୍ଷ ଲିଟର ଦୁU ଓମ୍‌ଫେଡ୍‌ର ୪୦୫ ଟି ଶୀତଳୀକରଣ କେନ୍ଦ୍ରରେ କରାଯାଉଛି ଏବଂ ୧୩ ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି ।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଡ. ଅରୁଣ ସାହୁ ରାଜ୍ୟରେ କୃଷି ଓ ଆନୁସଙ୍ଗିକ କୃଷିର ବିକାଶ କ୍ଷେତ୍ରରେ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ସଂଗୃହିତ ଦୁUର ଉପଯୁକ୍ତ ବିକ୍ରି ଓ
ଉଚିତ ମୂଲ୍ୟ ପାଇବା ହେତୁ ଦୁU ଚାଷୀଙ୍କ ଆୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିବେ ବୋଲି ସେ ଆଶା ପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା,ଏନଡିଡିବିର ଅଧ୍ୟକ୍ଷ ଓ ବିଭାଗୀୟ ଶାସନ ସଚିବ ପ୍ରମୁଖ ଯୋଗ ଦେଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ନଭେମ୍ବର ୧୫କୁ ଜନଜାତୀୟ ଗୌରବ ଦିବସ ଘୋଷଣା

ନଭେମ୍ବର ୧୫କୁ ଜନଜାତୀୟ ଗୌରବ ଦିବସ ଘୋଷଣା

Read More...

୧୫ରୁ ଖୋଲିବ  ଷଷ୍ଠ ଓ ସପ୍ତମ ଶ୍ରେଣୀ

୧୫ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page