ପାଞ୍ଚ ଦିନ ଜାରି ରହିବ ବର୍ଷା :ତିନି ଜିଲ୍ଲାକୁ ରେଡ୍‌ ଓ ଆଠ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

August 08, 2022, ଓଡ଼ିଶା, , Anupambharat News Bureau


ପାଞ୍ଚ ଦିନ ଜାରି ରହିବ ବର୍ଷା :ତିନି ଜିଲ୍ଲାକୁ ରେଡ୍‌ ଓ ଆଠ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
Anupambharat News Bureau
August 08, 2022


ଭୁବନେଶ୍ୱର, ୮ା୮(ଅନୁପମ ମିଡ଼ିଆ): ରାଜ୍ୟରେ ଆଗାମୀ ପାଞ୍ଚ ଦିନ ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଦକ୍ଷିଣ ଓଡ଼ିଶା ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ପଶ୍ଚିମ କେନ୍ଦ୍ରୀୟ ଉପସାଗର ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସହିତ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ ଅବପାତରେ ପରିଣତ ହୋଇ ସମଗ୍ର ଓଡିଶାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । କେନ୍ଦ୍ର ପକ୍ଷରୁ ଜାରୀ ବୁଲେଟିନରେ କୁହାଯାଇଛି ଯେ, ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରିଖ ମଙ୍ଗଳବାର ସୁଦ୍ଧା ଓଡିଶାର ଗଜପତି, ଗଞ୍ଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ତିନି ଜିଲ୍ଲାକୁ ‘ରେଡ୍‌’ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନୁରୂପ ଭାବେ ଆଠ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି । ଏହି ଜିଲ୍ଲା ମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ଏଗୁଡିକ ହେଲା ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଲ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଶାହା

ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ଶାହା

Read More...

ଗାଁ- ଗାଁରେ ବୁଲିବ ବୁଷ୍ଟର ଟୀକା ଭ୍ୟାନ

ଗାଁ- ଗାଁରେ ବୁଲିବ ବୁଷ୍ଟର ଟୀକା ଭ୍ୟାନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page