ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ଲଘୁଚାପ

August 12, 2022, ଓଡ଼ିଶା, , Anupambharat News Bureau


ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ଲଘୁଚାପ
Anupambharat News Bureau
August 12, 2022


ଭୁବନେଶ୍ୱର, ୧୨ା୮(ଅନୁପମ ମିଡ଼ିଆ): ପଶ୍ଚିମ ମିଆଁମାର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର , ଝାରସୁଗୁଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦୁଝର, ଦେବଗଡ଼ , ସମ୍ବଲପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୩ରୁ ୧୪ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଔ ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, ଢେଙ୍କାନାଳ , କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ :ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ :ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ

Read More...

 ରାଜ୍ୟ କ୍ୟାବିନେଟ୍‌ : ୧୬ ପ୍ରସ୍ତାବ ଉପରେ ମୋହର

ରାଜ୍ୟ କ୍ୟାବିନେଟ୍‌ : ୧୬ ପ୍ରସ୍ତାବ ଉପରେ ମୋହର

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page