ରାମସା କ୍ଷେତ୍ରରେ ତାମ୍ପରା, ହୀରାକୁଦ ଜଳଭଣ୍ଡାର ଓ ଅଂଶୁପା

August 13, 2022, ଓଡ଼ିଶା, , Anupambharat News Bureau


ରାମସା କ୍ଷେତ୍ରରେ ତାମ୍ପରା, ହୀରାକୁଦ ଜଳଭଣ୍ଡାର ଓ ଅଂଶୁପା
Anupambharat News Bureau
August 13, 2022


ଭୁବନେଶ୍ୱର, ୧୩ା୮(ଅନୁପମ ମିଡ଼ିଆ): ସ୍ୱାଧୀନତାର ୭୫ତମ ବର୍ଷରେ ଭାରତ ସରକାର ଆଉ ୧୧ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର ତାଲିକାରେ ସାମିଲ କରିଛନ୍ତି । ଫଳରେ ଦେଶରେ ମୋଟ୍‌ ରାମସାର କ୍ଷେତ୍ରର କ୍ଷେତ୍ରଫଳ ୧୩,୨୬,୬୭୭ରେ ପହଞ୍ଚିଛି । ଏଥିରେ ଓଡ଼ିଶାର ୩ଟି ଆର୍ଦ୍ରଭୂମି ସାମିଲ ରହିଛି । ଏଗୁଡ଼ିକ ହେଲା ଗଞ୍ଜାମ ଜିଲ୍ଲାର ତାମ୍ପରା ହ ୍ରଦ, ସମ୍ବଲପୁର ଜିଲ୍ଲାରେ ଥିବା ହୀରାକୁଦ ଜଳଭଣ୍ଡାର ଏବଂ କଟକ ଜିଲ୍ଲାରେ ଥିବା ଅଂଶୁପା ହ ୍ରଦ ।
ରାମସାର ତାଲିକାରେ ନୂଆ କରି ସାମିଲ ହୋଇଥିବା ୧୧ଟି ଆର୍ଦ୍ରଭୂମି ମଧ୍ୟରେ ତାମିଲନାଡ଼ୁର ୪ଟି, ଓଡ଼ିଶାର ୩ଟି ଏବଂ ଜମ୍ମୁ ଓ କଶ୍ମୀରର ଦୁଇଟି କ୍ଷେତ୍ର ସାମିଲ ରହିଛି । ସେହିପରି ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରର ଗୋଟିଏ ଲେଖାଏଁ କ୍ଷେତ୍ର ସାମିଲ ରହିଛି । ୧୯୭୧ ମସିହାରେ ଇରାନର ରାମସାର ଠାରେ ସ୍ୱାକ୍ଷରିତ ହୋଇଥିବା ରାମସାର ସମ୍ମିଳନୀରେ ଭାରତ ଅନ୍ୟତମ ଚୁକ୍ତିବଦ୍ଧ ରାଷ୍ଟ୍ର ଭାବେ ସାମିଲ ହୋଇଛି । ଭାରତ ୧ ଫେବୃଆରୀ ୧୯୮୨ରେ ରାମସାର ରାଜିନାମରେ ସ୍ୱାକ୍ଷର କରିଥିଲା । ୧୯୮୨ରୁ ୨୦୧୩ ମଧ୍ୟରେ ମୋଟ୍‌ ୨୬ଟି କ୍ଷେତ୍ରକୁ ରାମସାର କ୍ଷେତ୍ର ତାଲିକାରେ ସାମିଲ କରାଯାଇଥିଲା । ତେବେ ୨୦୧୪ରୁ ୨୦୨୨ ମଧ୍ୟରେ ଦେଶ ୪୯ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର ତାଲିକାରେ ସାମିଲ କରିଛି ।
ଚଳିତ ବର୍ଷ (୨୦୨୨)ରେ କେବଳ ୨୮ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର ଭାବେ ଘୋଷଣା କରାଯାଇଛି । ଚଳିତ ବର୍ଷ ୧୯ଟି ଆର୍ଦ୍ରଭୂମିକୁ ରାମସାର ପ୍ରମାଣପତ୍ର ପ୍ରଦାନ କରାଯାଇଥିବା ବେଳେ ୨୦୨୧ରେ ୧୪ଟି କ୍ଷେତ୍ରକୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା । ତାମିଲନାଡ଼ୁରେ ସର୍ବାଧିକ ୧୪ଟି ରାମସାର କ୍ଷେତ୍ର ଥିବା ବେଳେ ୧୦ଟି ରାମସାର କ୍ଷେତ୍ର ସହ ଉତର ପ୍ରଦେଶ ଦ୍ୱିତୀୟ ସ୍ଥାନରେ ରହିଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଏନ୍‌ଆଇଟି ରାଉରକେଲାର ସମାବର୍ତ୍ତନ ସମାରୋହ: ଦେଶରେ ନୂତନ ମଡେଲ ସୃଷ୍ଟି କରିବ: ଧର୍ମେନ୍ଦ୍ର

ଏନ୍‌ଆଇଟି ରାଉରକେଲାର ସମାବର୍ତ୍ତନ ସମାରୋହ: ଦେଶରେ ନୂତନ ମଡେଲ ସୃଷ୍ଟି କରିବ: ଧର୍ମେନ୍ଦ୍ର

Read More...

ବିପଦ ସଙ୍କେତ ଉପରେ ବୈତରଣୀ

ବିପଦ ସଙ୍କେତ ଉପରେ ବୈତରଣୀ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page