ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ: ୧୫ ଦିନ ରିଲିଫ୍‌

August 18, 2022, ଓଡ଼ିଶା, , Anupambharat News Bureau


 ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ: ୧୫ ଦିନ ରିଲିଫ୍‌
Anupambharat News Bureau
August 18, 2022


ଭୁବନେଶ୍ୱର, ୧୮ ।୮ (ଅନୁପମ ମିଡିଆ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ଆକାଶମାର୍ଗରୁ ରାଜ୍ୟର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି । ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି ।
ଖୋର୍ଦ୍ଧା , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ଯେଉଁ ଗାଁମାନଙ୍କରେ ପାଣି ପଶିଛି, ସେଠାରେ ବିପନ୍ନ ଲୋକମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପାଣି ଛାଡିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା ରିଲିଫ୍‌ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଂଚଳ, ଜଳମଗ୍ନ ହେବା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫-ଟି ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
 କାଶ୍ମୀର ଭଡାଟିଆ ବାସିନ୍ଦା ଦେଇପାରିବେ ଭୋଟ୍‌

କାଶ୍ମୀର ଭଡାଟିଆ ବାସିନ୍ଦା ଦେଇପାରିବେ ଭୋଟ୍‌

Read More...

୪.୬୭ ଲକ୍ଷ ଲୋକ ପ୍ରଭାବିତ

୪.୬୭ ଲକ୍ଷ ଲୋକ ପ୍ରଭାବିତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page