ଚାରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା n ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ

August 23, 2022, ଓଡ଼ିଶା, , Anupambharat News Bureau


ଚାରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା  n ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ
Anupambharat News Bureau
August 23, 2022


ଭୁବନେଶ୍ୱର, ୨୩ା୮(ଅନୁପମ ମିଡ଼ିଆ): ­ ପୂର୍ବ-କେନ୍ଦ୍ରୀୟ ଏବଂ ମିଆଁମାର ଅଞ୍ଚଳରେ ସକ୍ରିୟ ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା (୭ ରୁ ୨୦ ସେମି ) ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ଏହି ସମୟ ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଗଞ୍ଜାମ , ଗଜପତି ଓ ଖୋର୍ଦ୍ଧା । ପ୍ରବଳ ବର୍ଷା ଫଳରେ ମାଟି ରାସ୍ତା, ଚାଳଘର ପ୍ରଭାବିତ ହେବା ସହ ମାଟିକାନ୍ଥ ପଡିବା ସମ୍ଭାବନା ରହିଛି । ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା, ଚାଷଜମି ଜଳମଗ୍ନ ହେବା ସମ୍ଭାବନା ରହିଛି । ଏହା ବ୍ୟତୀତ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ସେହିପରି ୨୪ ରୁ ୨୫ ତାରିଖ ମଧ୍ୟରେ ସୁନ୍ଦରଗଡ , ଝାରସୁଗୁଡା, ସମ୍ବଲପୁର ଓ ଦେବଗଡ ଜିଲ୍ଲାରେ ଅ୍‌ତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ କେନ୍ଦୁଝର, ଅନୁଗୁଳ ବୌଦ୍ଧ, କନ୍ଧମାଳ , ସୋନପୁର, କଳାହାଣ୍ଡି, ବରଗଡ, ବଲାଙ୍ଗୀର , ନୂଆପଡା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସପେଫମ୍ବର ୩ରୁ  ସ୍ୱତନ୍ତ୍ର ଓଜେଇଇ

ସପେଫମ୍ବର ୩ରୁ ସ୍ୱତନ୍ତ୍ର ଓଜେଇଇ

Read More...

ଗଡ଼କରୀଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା:  ଠିକ୍‌ ସମୟରେ ସରକାର ନିଷ୍ପତ୍ତି ନେଉ ନାହାନ୍ତି

ଗଡ଼କରୀଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା: ଠିକ୍‌ ସମୟରେ ସରକାର ନିଷ୍ପତ୍ତି ନେଉ ନାହାନ୍ତି

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page