ଆକାଉଣ୍ଟକୁ ଗଲା କାଳିଆ ଟଙ୍କା: ‘ଚାଷୀ ଆମର ଗର୍ବ ଓ ଗୌରବ’

September 01, 2022, ଓଡ଼ିଶା, , Anupambharat News Bureau


 ଆକାଉଣ୍ଟକୁ ଗଲା କାଳିଆ ଟଙ୍କା:   ‘ଚାଷୀ ଆମର ଗର୍ବ ଓ ଗୌରବ’
Anupambharat News Bureau
September 01, 2022


ଭୁବନେଶ୍ୱର, ୦୧ା୯ (ଅନୁପମ ମିଡିଆ): ପବିତ୍ର ନୂଆଖାଇ ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ଯାଇଛି କାଳିଆ ଟଙ୍କା । କାଳିଆ ଯୋଜନାର କିସ୍ତି ବାବଦରେ ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପଠାଯାଇଛି । ଚାଷୀଙ୍କୁ ୮୬୯ କୋଟି ଟଙ୍କାର ସହାୟତା ଦିଆଯାଇଛି । ଏହାଦ୍ୱାରା ରାଜ୍ୟର ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀ ଉପକୃତ ହେବେ ।
ନୂଆଖାଇର ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ନୂଆଖାଇ ମାଟି ମା’ର ପର୍ବ । ଆମର ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ । ତେଣୁ ଚାଷୀ ଆମର ଗର୍ବ ଓ ଗୌରବ । ଏହି ପବିତ୍ର ଦିନରେ ମୋର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ କାଳିଆ ଯୋଜନା ଦେଶର ସବୁଠାରୁ ଭଲ ଯୋଜନା । ଛୋଟ ଚାଷୀମାନଙ୍କ ପାଇଁ ଏହା ଆଶା ଓ ଭରସା ସୃଷ୍ଟି କରିପାରିଛି । ଭୂମିହୀନ ଚାଷୀମାନଙ୍କ ଜୀବିକାର ସୁରକ୍ଷା ପାଇଁ ମଧ୍ୟ ଏହା ବହୁତ ସାହାଯ୍ୟ କରୁଛି । ଗତ ମେ ମାସରେ ଅକ୍ଷୟ ତୃତୀୟା ଅବସରରେ ମଧ୍ୟ ଆମ ଚାଷୀ ଭାଇ ମାନଙ୍କୁ ୮୦୦ କୋଟି ଟଙ୍କାରୁ ଅଧିକ ସହାୟତା ଦିଆଯାଇଥିଲା । ଏହି ସହାୟତା ଚାଷ କାମକୁ ଆଗେଇ ନେବାରେ ବହୁତ ସାହାଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ଚଳିତ ବନ୍ୟା ଯୋଗୁ ଆପଣମାନେ ସମସ୍ତେ ଚିନ୍ତାରେ ଅଛନ୍ତି । ମୁଁ ସବୁ ସମୟରେ ଆପଣମାନଙ୍କ ସାଥିରେ ଅଛି । ଶୀଘ୍ର କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଖୁବ ଶୀଘ୍ର ଫସଲ କ୍ଷତି ପାଇଁ ସହାୟତା ଯୋଗାଇ ଦିଆଯିବ । ଓଡିଶାର ଗୌରବକୁ ଆମର ଚାଷୀଭାଇ ମାନେ ଉଜ୍ଜଳ କରିଛନ୍ତି । ଖାଦ୍ୟ ସୁରକ୍ଷାରେ ରାଜ୍ୟ ପାଇଁ ସୁନାମ ଆଣିଛନ୍ତି । ତେଣୁ ରାଜ୍ୟର ସବୁ ଲୋକ ଚାଷୀଭାଇଙ୍କ ନିକଟରେ ଋଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
୩,୮୮୪ କୋଟିର ଜିଏସଟି ସଂଗ୍ରହ

୩,୮୮୪ କୋଟିର ଜିଏସଟି ସଂଗ୍ରହ

Read More...

 ବର୍ଷା ସମ୍ଭାବନା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବର୍ଷା ସମ୍ଭାବନା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page