୬ରୁ ଲଘୁଚାପ ସମ୍ଭାବନା

September 01, 2022, ଓଡ଼ିଶା, , Anupambharat News Bureau


୬ରୁ ଲଘୁଚାପ ସମ୍ଭାବନା
Anupambharat News Bureau
September 01, 2022


ଭୁବନେଶ୍ୱର, ୦୧ ।୯ (ଅନୁପମ ମିଡିଆ): ­ ଆସନ୍ତା ୫ ତାରିଖ ପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଇଏମଡିର ସୂଚନା ଅନୁଯାୟୀ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ସେପେଫମ୍ବର ମାସ ପାଇଁ ପାଣିପାଗ ଆକଳନ ଅବସରରେ ଏହି ପୂର୍ବାନୁମାନ କରିଛି ଆଇଏମ୍‌ଡି । ସେହିପରି ସେପେଫମ୍ବର ୫ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଦୁର୍ବଳ ମୌସୁମୀ ଜାରି ରହିବ ବୋଲି ଆଇଏମ୍‌ଡି ଆକଳନ କରିଛି । ତେବେ ୫ ତାରିଖ ପରେ ବର୍ଷାର ପରିମାଣ ବଢ଼ିବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନାଗିରି, କୋରାପୁଟ୍‌, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଏବଂ ସୋନପୁର ଇତ୍ୟାଦି ରହିଛି । ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏଥିପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆସ୍ଥା ଭୋଟ୍‌ ଜିଣିଲେ କେଜରିୱାଲ

ଆସ୍ଥା ଭୋଟ୍‌ ଜିଣିଲେ କେଜରିୱାଲ

Read More...

୩,୮୮୪ କୋଟିର ଜିଏସଟି ସଂଗ୍ରହ

୩,୮୮୪ କୋଟିର ଜିଏସଟି ସଂଗ୍ରହ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page