ଆସୁଛି ଦୁଇଟି ଲଘୁଚାପ

September 02, 2022, ଓଡ଼ିଶା, , Anupambharat News Bureau


ଆସୁଛି ଦୁଇଟି ଲଘୁଚାପ
Anupambharat News Bureau
September 02, 2022


ଭୁବନେଶ୍ୱର, ୨ା୯(ଅନୁପମ ମିଡ଼ିଆ): ଆଗକୁ ଆସୁଛି ଦୁଇ ଦୁଇଟି ଲଘୁଚାପ । ଏଥିମଧ୍ୟରୁ ଚଳିତ ମାସ ପ୍ରଥମ ସପ୍ତାହ ଅର୍ଥାତ ୨ରୁ ୮ ତାରିଖ ମଧ୍ୟରେ ପ୍ରଥମ ଲଘୁଚାପ ଓ ଦ୍ୱିତୀୟଟି ୯ରୁ ୧୫ ମଧ୍ୟରେ ସୃଷ୍ଟି ହେବ । ଏହାର ପ୍ରଭାବରେ ୫ ତାରିଖରୁ ବର୍ଷାର ପରିମାଣ ବଢିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଜୁନ ୧ରୁ ଅଗଷ୍ଟ ୨ ତାରିଖ ମଧ୍ୟରେ ୬% ଅଧିକ ବର୍ଷା ହୋଇଛି । ଏହି ସମୟରେ ୬ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଏବଂ ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ବର୍ତ୍ତମାନ ମୌସୁମୀ ନିମ୍ନଚାପ ରେଖା କ୍ରମଶଃ ଦକ୍ଷିଣମୁଁହା ହେଉଛି । ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି । ଏହାର ପ୍ରଭାବରେ ଉଚ୍ଚ ତାପମାତ୍ରା ଏବଂ ଆଦ୍ରତା ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଗୁଳୁଗୁଳି ଜାରି ରହିଛି । ଆହୁରି ୩ ଦିନ ଏହି ସ୍ଥିତି ଲାଗି ରହିବ ବୋଲି ସେ କହିଛନ୍ତି ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିଚାରପତିଙ୍କ ଆତ୍ମହତ୍ୟା

ବିଚାରପତିଙ୍କ ଆତ୍ମହତ୍ୟା

Read More...

ଝାଡ଼ଖଣ୍ଡ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ବିଧାୟକ

ଝାଡ଼ଖଣ୍ଡ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ବିଧାୟକ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page