୯ରୁ ବଢିବ ବର୍ଷା

September 07, 2022, ଓଡ଼ିଶା, , Anupambharat News Bureau


୯ରୁ ବଢିବ ବର୍ଷା
Anupambharat News Bureau
September 07, 2022


ଭୁବନେଶ୍ୱର,୭ା୯(ଅନୁପମ ମିଡ଼ିଆ):­ ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି,ଏହା ସମୁଦ୍ରପତନଠାରୁ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ ବୁଧବାର ଠାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । ତେବେ ୯ ତାରିଖରୁ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୮ ରୁ ୯ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ ,ନବରଙ୍ଗପୁର, କଳାହାଣ୍ଡି, ନୟାଗଡ , ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବିଧାୟକ ଓ ପୂର୍ବତନ ବିଧାୟକଙ୍କ ସ୍ୱାସ୍ଥ୍ୟବୀମା ବୃଦ୍ଧି

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ସ୍ୱାସ୍ଥ୍ୟବୀମା ବୃଦ୍ଧି

Read More...

ବନ୍ୟା କ୍ଷୟକ୍ଷତି ରିପୋର୍ଟ :  ୧.୨୬ ଲକ୍ଷ ହେକଫର ଚାଷ ଜମି କ୍ଷତିଗ୍ରସ୍ତ

ବନ୍ୟା କ୍ଷୟକ୍ଷତି ରିପୋର୍ଟ : ୧.୨୬ ଲକ୍ଷ ହେକଫର ଚାଷ ଜମି କ୍ଷତିଗ୍ରସ୍ତ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page