୨୦ରେ ଲଘୁଚାପ !

September 16, 2022, ଓଡ଼ିଶା, , Anupambharat News Bureau


୨୦ରେ ଲଘୁଚାପ !
Anupambharat News Bureau
September 16, 2022

ଭୁବନେଶ୍ୱର, ୧୬ା୯(ଅନୁପମ ମିଡ଼ିଆ): ଆସନ୍ତା ୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ରୁ ୧୮ ତାରିଖ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।





Back to Previous Page

<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ରାଣୀଙ୍କ ଅନ୍ତେଷ୍ଟି: ଦ୍ରୌପଦୀଙ୍କ ଶ୍ରଦ୍ଧାଞ୍ଜଳି

ଆଜି ରାଣୀଙ୍କ ଅନ୍ତେଷ୍ଟି: ଦ୍ରୌପଦୀଙ୍କ ଶ୍ରଦ୍ଧାଞ୍ଜଳି

Read More...

୨୦୨୩ ସୁଦ୍ଧା ଭାରତରେ ଚାଲିବ ଉଦଯାନ ଚାଳିତ ଟ୍ରେନ

୨୦୨୩ ସୁଦ୍ଧା ଭାରତରେ ଚାଲିବ ଉଦଯାନ ଚାଳିତ ଟ୍ରେନ

Read More...


ଅନୁପମ ଭାରତ ଇ-ପେପର୍



ଅନୁପମଭାରତ ଆପ୍:

Android app Download!

ବିଜ୍ଞାପନ







ସମ୍ପାଦକଙ୍କୁ ପତ୍ର :

Type the above number:





ସାଇଟ୍ ଦର୍ଶକ :

Hit Web Stats
<>

ଯୋଗାଯୋଗ :

Facebook Page Twitter Page YouTube Page Instagram Page